ଅବକାରୀ ଚଢ଼ାଉ, ୬ ଗିରଫ

ଢେଙ୍କାନାଳ ଅଫିସ, ୯।୧୦-ଢେଙ୍କାନାଳ ଜିଲା ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୬ଜଣଙ୍କୁ ଗିରଫ କରାଯାଇଛି। ଭୁବନ ଥାନା ଟିପିଲେଇ ଛକ ଏବଂ ପଳାସପିଠିଆରୁ ୮୦ ବୋତଲ ବିଦେଶୀ ମଦ ସହ ଏକ ବାଇକ୍‌ ଜବତ କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଉମାଶଙ୍କର ଖିଲାର (୩୨) ଏବଂ ମାନସ ରଞ୍ଜନ ମହାପାତ୍ର (୪୨) ଗିରଫ ହୋଇଛନ୍ତି। ଉମାଶଙ୍କର ହୋଟେଲ ମାଲିକ ବୋଲି ଜଣାପଡ଼ିଛି। କାଇମାଟି ଅଞ୍ଚଳରୁ ୮୦ ଲିଟର ଦେଶୀ ମଦ ସହ ଏକ ବାଇକ୍‌ ଜବତ କରାଯାଇଛି। ଏଥିରେ କାହାରିକୁ ଗିରଫ କରାଯାଇନାହିଁ। ବଳଦିଆବନ୍ଧ ଅଞ୍ଚଳର ପୃଥକ୍‌ ହୋଟେଲରେ ଚଢ଼ାଉ କରାଯାଇ ୧୭ ଲିଟର ଲିଟର ବିୟର ଜବତ କରାଯାଇଛି। ଏହି ଘଟଣାରେ ଟୁକୁ ବିହାରୀ (୫୩) ଏବଂ ପ୍ରକାଶ ମହାନ୍ତି (୪୩)ଙ୍କୁ ଗିରଫ କରାଯାଇଛି। ସେହିପରି ନିଶା କାରବାରରେ ଜଡ଼ିତ ପରଜଙ୍ଗ ଥାନା ଅଞ୍ଚଳର ୨ଜଣ ଧରାପଡ଼ିଛନ୍ତି। ଇନ୍ସପେକ୍ଟର ରାଜଶେଖର ସ୍ବାଇଁ, ଏଏସ୍‌ଆଇ ନିରାକାର ଦେହୁରୀ, ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୁଖ ଏହି ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri