ମେଲାଣି ନେଲେ ମା’: ଦୁଲୁକିଲା ସହର

କାମାକ୍ଷାନଗର, ୧୦।୧୦(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଦଶହରାର ଅନ୍ତିମପର୍ବ ଭସାଣି ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମିଳିତ ଭସାଣି ଶୋଭାଯାତ୍ରାରେ ୧୫ ମେଢ଼ ମଧ୍ୟରୁ ୧୪ଟି ସାମିଲ ହୋଇଥିଲେ। ବାଜାବାଣ ସାଙ୍ଗକୁ ପାରମ୍ପରିକ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ସମଗ୍ର ସହର। ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କୁ ବିଦାୟ ଜଣାଇବାକୁ ସମବେତ ହୋଇଥିଲେ।
ମେଢ଼ଗୁଡ଼ିକ ପୂର୍ବାହ୍ନ ୧୦ଟାରୁ ବାହାରିଥିଲେ। ପ୍ରଥମେ ମୁଣ୍ଡିଦେଉଳି ଏବଂ ଏହାର ପଛକୁ କ୍ରମାନ୍ବୟରେ ଅନ୍ୟ ମେଢ଼ଗୁଡ଼ିକ ଭସାଣିରେ ସାମିଲ ହୋଇଥିଲେ। ନିଜ ନିଜ ସାହି ପରିକ୍ରମା କରିବା ପରେ ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ସମସ୍ତ ମେଢ଼ ସାରଙ୍ଗଧର ଷ୍ଟାଡିୟମରେ ପହଞ୍ଚତ୍ଥିଲେ। ସେଠାରେ ମେଲଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଆଦିବାସୀ ନୃତ୍ୟ, ଘଣ୍ଟ ନୃତ୍ୟ, ବିଭିନ୍ନ ବେଶଧାରୀଙ୍କ ନୃତ୍ୟ ପ୍ରମୁଖ ଆକର୍ଷଣ ସାଜିଥିଲା। ସେହିପରି ଭଳିକି ଭଳି ରଙ୍ଗର ପୋଷାକରେ ବାରି ହୋଇପଡୁଥିଲେ ପୂଜା କମିଟିର କର୍ମକର୍ତ୍ତା, ଯାହା ଭସାଣିର ଅନ୍ୟତମ ଆକର୍ଷଣ ସାଜିଥିଲା।
ସନ୍ଧ୍ୟା ସାଢ଼େ ୭ଟାରେ ଆଜ୍ଞାମାଳ, ଆଜ୍ଞାଲଡ଼ୁ ନିଲାମ କରାଯାଇଥିଲା। ଆଜ୍ଞାମାଳକୁ ମୁକ୍ତାପଶିର ମା’ ସନ୍ତୋଷୀ ଯାତ୍ରା କମିଟି ୧୫,୦୦୧ ଟଙ୍କାରେ ଏବଂ ଆଜ୍ଞାଲଡୁକୁ କାମାକ୍ଷାନଗରର ଶକ୍ତି ପ୍ରସାଦ ଦାସ ୪୧,୦୦୧ ଟଙ୍କାରେ ନିଲାମ ନେଇଥିଲେ। ଏହାପରେ ଆତସବାଜି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ଅତିଥିଭାବେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ନିର୍ବାହୀ ଅଧିକାରୀ ଇଂ. ବିରଜା ପ୍ରସାଦ ରଥ, ଧର୍ମାନନ୍ଦ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ କୈଳାସ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ମିଳିତ ପୂଜା କମିଟି ସଭାପତି ବିଶ୍ୱଜିତ୍‌ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।
ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ବ୍ୟବସ୍ଥା କରାଯାଇଥିଲା। ଶୁଭ୍ରାଂଶୁ ମହାନ୍ତି, ମଙ୍ଗତଲାଲ୍‌ କଟାରୁକା, ଆଦିତ୍ୟ ଆଚାର୍ଯ୍ୟଙ୍କ ସମେତ ସମସ୍ତ ପୂଜା କମିଟି କର୍ମକର୍ତ୍ତା ଏଥିରେ ସହଯୋଗ କରିଥିଲେ।
ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକଙ୍କ ନେତୃତ୍ୱରେ ଥାନାଧିକାରୀ ଅଭିନବ ଡାଳୁଆଙ୍କ ସମେତ ୪ ପ୍ଲାଟୁନ୍‌ ପୋଲିସ, ରାପିଡ୍‌ ଆକ୍ସନ ଫୋର୍ସ ମୁତୟନ କରାଯାଇଥିଲା। ରାତି ୧୦ଟା ସୁଦ୍ଧା ଭସାଣି ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri