ଅନାସ୍ଥା ବୈଠକ ସ୍ଥଗିତ: ରାତି ଅଧିଆ ଚିଠିକୁ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୧।୧୦-ଅନୁଗୋଳ ବ୍ଲକ ଖଲାରୀ ସରପଞ୍ଚ କନ୍ଦର୍ପ ମହାରଣାଙ୍କ ବିରୋଧରେ ଶୁକ୍ରବାର ହେବାକୁ ଥିବା ଅନାସ୍ଥା ବୈଠକ ସ୍ଥଗିତ ରହିଛି। ଗୁରୁବାର ସନ୍ଧ୍ୟା ୭ଟା ପରେ ବ୍ଲକ ପକ୍ଷରୁ ଏ ନେଇ ପଞ୍ଚାୟତର ସରପଞ୍ଚ, ସଭ୍ୟାସଭ୍ୟଙ୍କୁ ଅବଗତ କରାଯିବା ସହ ଚିଠି ପ୍ରଦାନ କରାଯାଇଛି। ତେବେ ଏହାକୁ ପ୍ରଶାସନର ଏକ ଷଡ଼ଯନ୍ତ୍ର ବୋଲି ସରପଞ୍ଚ ଅଭିଯୋଗ କରିଛନ୍ତି।
ସେପ୍ଟେମ୍ବର ୨୪ରେ ଖଲାରୀ ପଞ୍ଚାୟତର ନାଏବ ସରପଞ୍ଚ ସବିତା ପ୍ରଧାନ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଥିଲେ। ଏହାପରେ ଅନୁଗୋଳ ଉପଜିଲାପାଳ ଓଡ଼ିଶା ଗ୍ରାମପଞ୍ଚାୟତ ଆଇନ୍‌ ୧୯୬୪ ଧାରା ୨୪(ଗ) ଅନୁଯାୟୀ ଅକ୍ଟୋବର ୧୧ ପୂର୍ବାହ୍ନ ୧୧ଟାରେ ଖଲାରୀ ପଞ୍ଚାୟତରେ ଏକ ସ୍ବତନ୍ତ୍ର ବୈଠକ ଡକାଇଥିଲେ। ଏ ନେଇ ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଚିଠି ନଂ ୭୦୦୪/୨୪.୯.୧୯ ଜାରି ହୋଇଥିଲା। ତେବେ ଗତ ବୁଧବାର ଅନୁଗୋଳ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଉ ଏକ ଚିଠି ନଂ. ୭୮୬୯/୯.୧୦.୧୯ରେ ଅନିବାର୍ଯ୍ୟ କାରଣ ଯୋଗୁ ଉକ୍ତ ବୈଠକକୁ ସ୍ଥଗିତ କରାଯାଇଥିବା ଦର୍ଶାଯାଇଛି। ପରବର୍ତ୍ତୀ ସମୟରେ ବୈଠକର ତାରିଖ ଓ ସ୍ଥାନ ସମ୍ବନ୍ଧରେ ସୂଚନା ଦିଆଯିବ ବୋଲି କୁହାଯାଇଛି। ଏହି ଚିଠି ବୁଧବାର ଠାରୁ ହୋଇଥିଲେ ହେଁ ଗୁରୁବାର ସନ୍ଧ୍ୟା ୭ଟା ପରେ ଜିପିଓ ଖଲାରୀର ବିଭିନ୍ନ ୱାଡର୍ର୍ ସଭ୍ୟା ଓ ସଭ୍ୟଙ୍କ ସହ ସରପଞ୍ଚଙ୍କୁ ଏ ନେଇ ସୂଚନା ଦେବା ସହ ଚିଠି ପ୍ରଦାନ କରିଛନ୍ତି। ସରପଞ୍ଚ ଘରେ ନ ଥିବା ବେଳେ ତାଙ୍କ ପରିବାର ଲୋକଙ୍କୁ ଜବରଦସ୍ତି ଚିଠି


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri