ବିବାହ ପ୍ରତିଶ୍ରୃତି ଦେଇ ଅପହରଣ ମାମଲା : ଅପହୃତା ନାବାଳିକା ତେଲେଙ୍ଗାନାରୁ ଉଦ୍ଧାର

ରସୁଲପୁର,୧୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତ ସାହାପଡ଼ା ଗ୍ରାମର ଯୁକ୍ତ ୨ରେ ପଢ଼ୁଥିବା ଜନୈକା ଛାତ୍ରୀ(୧୭)ଙ୍କୁ ଗତ ମାସ ୨୩ତାରିଖରେ ଅପହରଣ ହୋଇଥିଲା। ଅପହରଣର ୧୭ଦିନ ପରେ ବ୍ରହ୍ମବରଦା ଫାଣ୍ଡି ପୋଲିସ ଅପହୃତା ଓ ଅପହରଣକାରୀଙ୍କୁ ତେଲେଙ୍ଗାନାରୁ ଉଦ୍ଧାର କରି ଧର୍ମଶାଳା ଥାନାରେ ଅଟକ ରଖି ପଚରା ଉଚୁରା ଜାରି ରଖିଛି। ଶୁକ୍ରବାର ଉଭୟଙ୍କ ଡାକ୍ତରୀ ମାଇନା କରିବା ସହ ସିଆରପିସି ଦଫା ୧୬୪ ବଳରେ ମାଜିଷ୍ଟ୍ରେଟଙ୍କ ନିକଟରେ ଅପହୃତା ନାବାଳିକାଙ୍କ ବୟାନ ରେକର୍ଡ କରାଯିବ। ଏଥିସହିତ ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଫାଣ୍ଡି ଅଧିକାରୀ ପରମାନନ୍ଦ ସେଠୀ ସୂଚନା ଦେଇଛନ୍ତି।
ଘଟଣାରୁ ପ୍ରକାଶ ଧର୍ମଶାଳା ବ୍ଲକ ଅରାବଳ ପଞ୍ଚାୟତ ବଡନହଁଗା ଗ୍ରାମର ମାନସ ମଲିକ(୨୪) ନାମକ ଜଣେ ଯୁବକ ଉକ୍ତ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅପହରଣ କରିନେଇଥିଲେ। ଏପରି କି ନାବାଳିକାଙ୍କୁ ତେଲେଙ୍ଗାନାର କେଦାପାଲ୍ଲୀ ଜିଲାରେ ନେଇ ରଖିଥିଲେ। ଏସମ୍ପର୍କରେ ନାବାଳିକାଙ୍କ ପରିବାର ପକ୍ଷରୁ ୨୬ତାରିଖରେ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଅଧାର କରି ପୋଲିସ ଏକ ଅପହରଣ ମାମଲା(ନଂ. ୪୨୫/୧୯) ରୁଜୁ କରି ବିଭିନ୍ନ ସ୍ଥାନରେ ଖୋଜାଖୋଜି କରୁଥିଲା। ପରେ ଅଭିଯୁକ୍ତ ମାନସ ବ୍ୟବହାର କରୁଥିବା ମୋବାଇଲକୁ ଟ୍ରାକିଂ କରି ସେ ତେଲେଙ୍ଗାନାରେ ରହୁଥିବା ଜାଣିବାକୁ ମିଳିଥିଲା। ଉକ୍ତସୂଚନା ଆଧାରରେ ପୋଲିସ ଗତ ମଙ୍ଗଳବାର କେଦାପଲ୍ଲୀ ଯାଇ ମାନସ ଏକ ହୋଟଲରେ ରୋଷୟା ଭାବରେ କାର୍ଯ୍ୟ କରୁଥିବା ଜଣାପଡ଼ିଥିଲା। ପୋଲିସ ଉକ୍ତ ହୋଟେଲରେ ପହଞ୍ଚତ୍ ମାନସଙ୍କୁ ଧରିବା ପରେ ସେ ପୋଲିସ ନିକଟରେ ସବୁ କଥା ସ୍ବୀକାର କରିଥିଲେ। ପରେ ଉଭୟ ମାନସ ଏବଂ ନାବାଳିକାଙ୍କୁ ଓଡ଼ିଶା ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri