Posted inଖେଳ

ଜିଏସ୍‌ ଲକ୍ଷ୍ମୀ ପ୍ରଥମ ମହିଳା ରେଫରି

ଦୁବାଇ,୧୧।୧୦:ପ୍ରଥମ ମହିଳା ରେଫରୀ ଭାବେ ଭାରତର ଜି.ଏସ୍‌. ଲକ୍ଷ୍ମୀ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଇଭେଣ୍ଟରେ ମ୍ୟାଚ୍‌ ପରିଚାଳନା କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପରିଚାଳନା ଲାଗି ଆଇସିସି ପକ୍ଷରୁ ଗୁରୁବାର ଅଫିସିଆଲଙ୍କ ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ନ୍ୟୁଜିଲାଣ୍ଡର ପ୍ରାକ୍ତନ ଅଧିନାୟକ ଜେଫ୍‌ କ୍ରୋଙ୍କ ସମେତ ଭାରତର ଲକ୍ଷ୍ମୀ ଓ ଦକ୍ଷିଣ ଆଫ୍ରିକାର ଜିହଡର୍‌ସ ପିନର ସ୍ଥାନ ପାଇଛନ୍ତି। ତିନୋଟି ଆଇସିସି ଟି୨୦ ବିଶ୍ୱକପ୍‌କୁ ମିଶାଇ କ୍ରୋ ବର୍ତ୍ତମାନ ସୁଦ୍ଧା ୪୮୮ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଅଫିସିଆଲ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି। ଟି୨୦ ବିଶ୍ୱକପ୍‌ର ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଅକ୍ଟୋବର ୧୮ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ୟୁଏଇରେ ଅନୁଷ୍ଠିତ ହେବ। ଏଥିଲାଗି ୧୨ ଜଣିଆ ଅମ୍ପାୟର ତାଲିକା ମଧ୍ୟ ପ୍ରକାଶ ପାଇଛି। ଏଥିରେ ଭାରତର ସୁନ୍ଦରାମ ରବି ମଧ୍ୟ ରହିଛନ୍ତି।
ପର୍ଯ୍ୟାୟର ପ୍ରଥମ ଦିବସରେ ଆବୁଧାବିର ଜାୟେଦ ଷ୍ଟାଡିୟମରେ ହଂକଂ ଓ ଆୟର୍ଲାଣ୍ଡ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିରେ ଲକ୍ଷ୍ମୀ ମ୍ୟାଚ୍‌ ଅଫିସିଆଲ ଦାୟିତ୍ୱ ତୁଲାଇବେ। ସେହିଭଳି ରବି ଓ ସାମ୍‌ ନୋଗାଜସ୍କି ଅମ୍ପାୟର ଭାବେ ମ୍ୟାଚ୍‌ ପରିଚାଳନା କରିବେ। ଏଠାରେ ଉଲ୍ଲେଖଯୋଗ୍ୟ, ୫୧ ବର୍ଷୀୟା ଆନ୍ଧ୍ରପ୍ରଦେଶ ନିବାସୀ ଲକ୍ଷ୍ମୀ ଭାରତୀୟ ଘରୋଇ କ୍ରିକେଟ୍‌ର ଜଣେ ପୂର୍ବତନ ଖେଳାଳି। ଆଇସିସିର ମ୍ୟାଚ୍‌ ରେଫରି ପ୍ୟାନେଲରେ ସ୍ଥାନ ପାଇବାରେ ସେ ପ୍ରଥମ ମହିଳା ଅଫିସିଆଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri