ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଡାକ୍ତର ନିଯୁକ୍ତି ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ, ୧୨।୧୦ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ଡାକ୍ତର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ହସ୍ପିଟାଲକୁ ଦୈନିକ ୫ ଶହରୁ ଅଧିକ ରୋଗୀ ଆସୁଥିବା ବେଳେ ଡାକ୍ତର ଅଭାବରୁ ଲୋକମାନେ ବାଧ୍ୟ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟ ଅଥବା କଟକ ବଡ଼ ମେଡିକାଲ ଯିବାକୁ ବାଧ୍ୟ ହେଉଛନ୍ତି। ଫଳରେ ଲୋକମାନେ ଅଧିକ ଖର୍ଚ୍ଚାନ୍ତ ହେବା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏ ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ତେବେ ତୁରନ୍ତ ଆବଶ୍ୟକ ଡାକ୍ତର ପଦବୀ ପୂରଣ କରିବାକୁ ଗତ ସେପ୍ଟମ୍ବର ୨୬ତାରିଖରେ କେନ୍ଦ୍ର ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨ ମାସ ମଧ୍ୟରେ ଏହି ପଦବୀ ପୂରଣ ପାଇଁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି।
ଉକ୍ତ ହସ୍ପିଟାଲରେ ୭ଟି ବିଶେଷଜ୍ଞ ପଦ ମଧ୍ୟରୁ ଭେଷଜ ବିଶେଷଜ୍ଞ, ସର୍ଜରି ବିଶେଷଜ୍ଞ, ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ, ଶିଶୁ ରୋଗ ବିଶେଷଜ୍ଞ, ଅସ୍ଥିଶଲ୍ୟ ବିଶେଷଜ୍ଞ, ନିସ୍ତେଜକ ବିଶେଷଜ୍ଞ ପଦବୀ ଖାଲି ପଡିଛି। ସେହିପରି ୬ଟି ଆସିଷ୍ଟାଣ୍ଟ ସର୍ଜନ ପଦବୀ ଥିବା ବେଳେ ଏବେ ମାତ୍ର ୨ ଜଣ କାର୍ଯ୍ୟରତ ଅଛନ୍ତି। ବିଶେଷଜ୍ଞ ଡାକ୍ତର ପଦବୀ ସହିତ ଆବଶ୍ୟକ ଷ୍ଟାଫ୍‌ ନର୍ସ ଓ କର୍ମଚାରୀ ପଦବୀ ପୂରଣ ଲାଗି ଅଞ୍ଚଳବାସୀ ଦୀର୍ଘଦିନ ହେବ ଦାବି କରିଆସୁଛନ୍ତି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୨୦୧୪ ରେ ଉପଖଣ୍ଡସ୍ତରୀୟ ହସ୍ପିଟାଲ ମାନ୍ୟତା ମିଳିଥିବା ବେଳେ ସ୍ଥାନୀୟ ଲୋକେ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶା ଥିଲା। ମାତ୍ର ଏ ଦିଗରେ କିଛି ପଦକ୍ଷେପ ନିଆ ନ ଯିବାରୁ ବରିଷ୍ଠ ସାମାଜିକ କର୍ମୀ ପାରେଶ୍ୱର ବିଶ୍ୱାଳ ୨୦୧୯ ଜୁଲାଇ ୨୬ ତାରିଖରେ ଜାତୀୟ ମାନବାଧିକାର କମିଶନରଙ୍କ ନିକଟରେ ଅଭିଯୋଗ କରିଥିଲେ। ଏନ୍‌ଏଚ୍‌ଆର୍‌ସିଙ୍କ ପକ୍ଷରୁ ଏହି ଦାବିକୁ ଗ୍ରହଣ କରାଯିବା ସହ ୨ ମାସ ମଧ୍ୟରେ ଆବଶ୍ୟକ ଡାକ୍ତର ପଦବୀ ପୂରଣ ପାଇଁ ଗତ ୨୬ ତାରିଖରେ ଚିଠି ମାଧ୍ୟମରେ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ପଟ୍ଟାମୁଣ୍ଡାଇ ହସ୍ପିଟାଲଟି ରେଫେରାଲ୍‌ ସେକ୍ଟର ଭାବେ ମାନ୍ୟତା ପାଇଥିଲେ ହେଁ ଏଠାରେ ସେଭଳି କୌଣସି ସୁବିଧା ଉପଲବ୍ଧ ହୋଇନାହିଁ। ଏଠାରେ ରକ୍ତ ଭଣ୍ଡାର ଅଚଳ ଅବସ୍ଥାରେ ପଡ଼ିଥିବା ବେଳେ କର୍ମଚାରୀ ଅଭାବରୁ ରୋଗୀମାନେ ଉନ୍ନତ ସ୍ବାସ୍ଥ୍ୟସେବା ପାଇ ପାରୁନାହାନ୍ତି। ଏ ଦିଗରେ ରାଜ୍ୟ ସରକାର ଓ ସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri