Posted inଭଦ୍ରକ

ଋଣ କରାଇଦେବା ନଁ। ରେ ଠକେଇ: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଭଦ୍ରକ ଅଫିସ, ୧୨।୧୦- ନାବାର୍ଡ ଭଳି ସରକାରୀ ସଂସ୍ଥାରୁ ଋଣ କରାଇଦେବେ ବୋଲି କହି ବିଭିନ୍ନ ମହିଳା ସଂଘଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି ଏକ ଦମ୍ପତି। ଏହି ଦମ୍ପତିଙ୍କ ଘର ଧୂଷୁରୀ ଥାନା ଅଧୀନ କୋରୁଆ ଗୋବିନ୍ଦପୁର ଗ୍ରାମରେ। ଏ ନେଇ ଧୂଷୁରୀ ଥାନା ମଙ୍ଗଳପୁର ଗ୍ରାମର ସୁଜାତା ଦାସ ନାମ୍ନୀ ଜଣେ ମହିଳା ୪ ଦିନ ତଳେ ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ ମଧ୍ୟ ପୋଲିସ ଏତଲା ରଖି ନ ଥିଲା। ଗୁରୁବାର ଠକେଇର ଶିକାର ହୋଇଥିବା ସୁଜାତାଙ୍କ ସମେତ ଗଁାର ୧୦ରୁ ଊର୍ଦ୍ଧ୍ୱ ମହିଳା ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିକଟରେ ଏ ନେଇ ଅଭିଯୋଗ କରିଥିଲେ। ଜିଲାପାଳ ମହିଳାମାନଙ୍କ ଅଭିଯୋଗ ପାଇବା ପରେ ଏସ୍‌ପିଙ୍କୁ ଘଟଣାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଜିଲାପାଳ ଓ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ସନ୍ଧ୍ୟାରେ ଧୂଷୁରୀ ପୋଲିସ ମହିଳାମାନଙ୍କଠାରୁ ଏତଲା ରଖି ଘଟଣାର ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି।
ମହିଳାମାନେ ଅଭିଯୋଗରେ ଦର୍ଶାଇଥିଲେ ଯେ, ଗୋବିନ୍ଦପୁର ଗ୍ରାମର ଉକ୍ତ ଦମ୍ପତି ସୁଜାତାଙ୍କ ଗଁାର ୪୦ରୁ ଊର୍ଦ୍ଧ୍ୱ ମହିଳା ଗ୍ରୁପ୍‌ଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି। ପ୍ରତି ଗ୍ରୁପ୍‌କୁ ନାବାର୍ଡରୁ ଦେଢ଼ ଲକ୍ଷ ଟଙ୍କା ଋଣ କରାଇଦେବେ କହି ଫାଙ୍କୁଥିବାରୁ ସେମାନେ ପୋଲିସର ସହାୟତା ନେବାକୁ ଯାଇଥିଲେ। ହେଲେ ଧୂଷୁରୀ ଥାନା ପୋଲିସ ଏତଲା ଗ୍ରହଣ କରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri