ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ: ଚାଳକ ମୃତ

ଆନନ୍ଦପୁର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ୨୦ ନଂ. ଜାତୀୟ ରାଜପଥ ସାଇଁକୁଳଠାରେ ଶନିବାର ଏକ ବାଇକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ସ୍ଥାନୀୟ ବାତୋ ପଞ୍ଚାୟତ ଅଧୀନ ଅଞ୍ଜର ଗ୍ରାମର ବିଜୟ ଜେନା ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ବିଜୟ କୌଣସି କାର୍ଯ୍ୟରେ ଆନନ୍ଦପୁର ଆସି ଘରକୁ ଫେରୁଥିବା ବେଳେ ତାଙ୍କ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ସାଇଁକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। କଟକ ଯିବା ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପରେ ପୋଲିସ ମୃତଦେହ କରି ବ୍ୟବଚ୍ଛେଦ ଲାଗି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri