ଆଜି ବିରାଜିବେ ଧନଦାତ୍ରୀ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ମା’ ଦୁର୍ଗତିନାଶିନୀଙ୍କ ବିଦାୟ ପରେ ଧରାବତରଣ କରିବାକୁ ଯାଉଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ଧନଧାନ୍ୟରେ ଜନମାନସକୁ ସମୃଦ୍ଧି କରିବାକୁ ପ୍ରତିବର୍ଷ ଧରାପୃଷ୍ଠକୁ ଓହ୍ଲାଇଥାନ୍ତି ମା’ ଗଜଲକ୍ଷ୍ମୀ। ଏନେଇ ରାଜଧାନୀର ବିଭିନ୍ନ ପୂଜାମଣ୍ଡପରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶିଳ୍ପୀମାନେ ମୂର୍ତ୍ତିରେ ଶେଷ ସ୍ପର୍ଶ ଦେଇସାରିଥିବାବେଳେ ସହରରେ ଶୋଭାପାଉଛି ଆକର୍ଷଣୀୟ ତୋରଣ। ଚଳିତ ବର୍ଷ ପ୍ରତ୍ୟେକ ମଣ୍ଡପରେ ପରିବେଶ ସଚେତନ ଏବଂ ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
ଭୁବନେଶ୍ୱରର ଅନ୍ୟତମ ପ୍ରମୁଖ ଗଜଲକ୍ଷ୍ମୀ ପୂଜାମଣ୍ଡପଭାବେ ପରିଚିତ ଲକ୍ଷ୍ମୀସାଗର ଗଜଲକ୍ଷ୍ମୀ ପୂଜା ସମିତି ଚଳିତବର୍ଷ ୨୯ବର୍ଷରେ ପଦାର୍ପଣ କରିଛି। ଏଥର ୭୦ଫୁଟ ଉଚ୍ଚତା ଓ ୮୦ ଫୁଟ ଓସାର ବିଶିଷ୍ଟ ଲଣ୍ଡନର ବଙ୍କିମ୍‌ ହୋମ୍‌ ପ୍ୟାଲେସ୍‌ ସଦୃଶ ତୋରଣ ଏଠାରେ ନିର୍ମାଣ କରାଯାଇଛି। ପ୍ରଥମଥର ପାଇଁ ଏଠାରେ ମା’ଙ୍କୁ ୬ କେଜିର ଚାନ୍ଦି ମୁକୁଟ ଓ ହାର ଅର୍ପଣ କରାଯିବ। ୧୩ ତାରିଖରୁ ପୂଜା ଆରମ୍ଭ ହୋଇ ୧୯ ପର୍ଯ୍ୟନ୍ତ ଚାଲିବ ଏବଂ ୨୦ରେ ବିସର୍ଜନ କରାଯିବ। ୭ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାସହ ପ୍ଲାଷ୍ଟିକ୍‌ ବ୍ୟାନ୍‌ ପ୍ରତି ଲୋକଙ୍କୁ ସଚେତନ କରାଯିବ। ସେହିଭଳି ବିଜେବି ନଗରସ୍ଥିତ ମହାବୀର ଯୁବକ ସଂଘ ପକ୍ଷରୁ ସ୍ବତନ୍ତ୍ର ଥିମ୍‌ ତୋରଣ ନିର୍ମାଣ କରାଯିବ। ତୋରଣ ଜରିଆରେ ଲୋକଙ୍କୁ ପ୍ଲାଷ୍ଟିକ୍‌ ବର୍ଜନ ଓ ଜଳ ସଂରକ୍ଷଣ ଆଦି ସଚେତନତା ବାର୍ତ୍ତା ଦିଆଯିବ। ବର୍ଷାଜଳକୁ କିପରି ସଂରକ୍ଷଣ କରାଯାଇପାରିବ ତାହା ଏଠାରେ ପ୍ରଦର୍ଶିତ କରାଯିବ। ୧୩ରୁ ୨୦ ତାରିଖ ପର୍ଯ୍ୟନ୍ତ ଏଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ସେହିଭଳି ବାପୁଜୀ ନଗର ୟୁଥ୍‌ ଆସୋସିଏଶନ୍‌ ପକ୍ଷରୁ ଆୟୋଜିତ ଗଜଲକ୍ଷ୍ମୀ ପୂଜା ଚଳିତବର୍ଷ ୫୪ବର୍ଷରେ ପଦାର୍ପଣ କରିଥିବାବେଳେ ଏଠାରେ ଏଥର ମା’ଙ୍କ ମୂର୍ତ୍ତି ବାହାରୁ ଅଣାଯାଇ ସ୍ଥାପନା କରାଯିବ। ସାଂସ୍କୃତିକ କାର୍ଯ୍ୟକ୍ରମ ସହ ତୋରଣ ଏଠାକାର ଅନ୍ୟତମ ପ୍ରମୁଖ ଆକର୍ଷଣ ରହିବ। ନୟାପଲ୍ଲୀ ଯୁବ ପରିଷଦ ପକ୍ଷରୁ ହେବାକୁ ଥିବା ଗଜଲକ୍ଷ୍ମୀ ପୂଜାରେ ଚଳିତବର୍ଷର ଆକର୍ଷଣ ରହିବ ରାଜସ୍ଥାନୀ ମନ୍ଦିର ସାଙ୍ଗକୁ ମା’ଙ୍କ ୨କେଜିର ରୁପା ମୁକୁଟ, ମଥାମଣି ଓ ହାର। ୧୩ରୁ ୨୦ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ୨୭ବର୍ଷରେ ପଦାର୍ପଣ କରିଥିବା ୟୁନିଟ୍‌-୩ ଖାରବେଳନଗର ଗଜଲକ୍ଷ୍ମୀ ସାଂସ୍କୃତିକ ସଂଘ ପକ୍ଷରୁ ଆୟୋଜିତ ମା’ ଧନଦାତ୍ରୀଙ୍କ ପୂଜାରେ ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବାରେ ଅବଦାନ ପାଇଁ ବିଏମ୍‌ସିର ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏହାଛଡ଼ା ପୁରୁଣା ଷ୍ଟେସନବଜାର, ଭିଏସ୍‌ଏସ୍‌ ନଗର, ୟୁନିଟ-୮ସ୍ଥିତ ଗୋପବନ୍ଧୁ ସ୍ମୃତି ସଂସଦ, ବରମୁଣ୍ଡା, ଶିରିପୁର, ୟୁନିଟ୍‌-୬, ଅଶୋକନଗର, ଚନ୍ଦ୍ରଶେଖରପୁର, ନୟାପଲ୍ଲୀ, ସିଆର୍‌ପି, ମଞ୍ଚେଶ୍ୱର, ଚକେଇସିହାଣି, ରସୁଲଗଡ଼, ୟୁନିଟ-୯, ପୁରୁଣା ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ୫୦ରୁ ଅଧିକ ପୂଜାମଣ୍ଡପରେ ମା’ ବିରାଜିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri