ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ

ପୁରୀ ଅଫିସ,୧୪ା୧୦ : ସୋମବାରଠାରୁ ଆରମ୍ଭ ହେଉଛି ପବିତ୍ର କାର୍ତ୍ତିକ ମାସ। ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ କରିବେ ହବିଷିଆଳି। ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନାରେ ବ୍ରତଧାରୀଙ୍କ ପାଇଁ ମାଗଣାରେ ରହିବା, ମହାପ୍ରସାଦ ସେବନ ସାଙ୍ଗକୁ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ସୋମବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଚଳିତବର୍ଷର ହବିଷିଆଳି ଯୋଜନାର ଶୁଭାରମ୍ଭ କରିବେ। ଏଥିଲାଗି ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି। ଏହି ଯୋଜନାରେ ରବିବାର ସନ୍ଧ୍ୟା ସୁଦ୍ଧା ୨,୬୦୦ରୁ ଊର୍ଦ୍ଧ୍ୱ ହବିଷିଆଳି ନିଜ ନାମ ପଞ୍ଜୀକରଣ କରିଛନ୍ତି। ସେହିପରି ବିଭିନ୍ନ ପ୍ରାନ୍ତରୁ ୧,୮୦୦ରୁ ଊର୍ଦ୍ଧ୍ୱ ହବିଷିଆଳି ଆସି ୩ଟି ଆଶ୍ରୟସ୍ଥଳୀରେ ପହଞ୍ଚତ୍ଛନ୍ତି। ସନ୍ଧ୍ୟାରେ ସେମାନେ ମହାପ୍ରସାଦ ସେବନ କରିଛନ୍ତି। ଏମାନଙ୍କ ପାଇଁ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ, ମୋଚିସାହି ଛକସ୍ଥିତ ପୌର କଲ୍ୟାଣ ମଣ୍ଡପ ଓ ନରେନ୍ଦ୍ରକୋଣସ୍ଥିତ ସ୍ଥାୟୀ ହବିଷିଆଳି କେନ୍ଦ୍ରରେ ରହିବା ବ୍ୟବସ୍ଥା ହୋଇଛି। ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ ଓ କଲ୍ୟାଣ ମଣ୍ଡପ ପାଇଁ ପଞ୍ଜୀକରଣ ସରିଥିବାବେଳେ ନରେନ୍ଦ୍ରକୋଣ ଆଶ୍ରୟସ୍ଥଳରରେ ସ୍ପଟ୍‌ ପଞ୍ଜୀକରଣ ଚାଲିଛି। ରାତି ସୁଦ୍ଧା ଯେଉଁମାନେ ପହଞ୍ଚତ୍ବେ ସେମାନଙ୍କୁ ଆଶ୍ରୟସ୍ଥଳରେ ରଖାଯିବ। ସୋମବାର ପରିଚୟପତ୍ର ପ୍ରଦାନ କରାଯିବ। ଜିଲାପାଳ ବଲୱନ୍ତ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ବିଭିନ୍ନ ଆଶ୍ରୟସ୍ଥଳୀ ବୁଲି ସ୍ଥିତି ପରଖିଛନ୍ତି। କ’ଣ ସୁବିଧା, ଅସୁବିଧା ରହିଛି ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀଙ୍କୁ ପଚାରି ବୁଝିଛନ୍ତି। ଏଥିସହ ସମସ୍ତ ବ୍ୟବସ୍ଥା ପରଖିଛନ୍ତି।
ଆଜିଠୁ ପାଳିବେ ବ୍ରତ
ସୋମବାରଠାରୁ କାର୍ତ୍ତିକ ବ୍ରତ ଆରମ୍ଭ କରିବେ ହବିଷିଆଳି। ଭୋରୁ ଉଠି ନରେନ୍ଦ୍ର ପୁଷ୍କରିଣୀ ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସ୍ନାନ ସାରି ଶ୍ରୀମନ୍ଦିରକୁ ଯିବେ। ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିବା ସହ ବ୍ରତ ଧରିବେ। ତୁଳସୀ ଚଉରା ମୂଳେ ରାଇ ଦାମୋଦରଙ୍କୁ ପୂଜା କରି ମାସଟା ଯାକ ଆଧ୍ୟାତ୍ମିକ ଭାବରେ ବାନ୍ଧି ହୋଇରହିବେ। ପ୍ରତି ସନ୍ଧ୍ୟାରେ ଆକାଶ ଦୀପ ଜାଳିିବେ। ଶୁଣିବେ ଭଜନ, ଭାଗବତ, ପୁରାଣ ଓ ପ୍ରବଚନ। ଗୋଟିଏ ଥର ମହାପ୍ରଭୁଙ୍କ ମହାପ୍ରସାଦ ସେବନ କରିବେ।
ଆଶ୍ରୟସ୍ଥଳ ଦାୟିତ୍ୱରେ ଅଧିକାରୀ
ହବିଷିଆଳିମାନଙ୍କର ଯେପରି କୌଣସି ପ୍ରକାର ଅସୁବିଧା ନ ହୁଏ ସେଥିପ୍ରତି ପ୍ରଶାସନ ସମ୍ପୂର୍ଣ୍ଣ ଯତ୍ନବାନ ରହିଛି। ପ୍ରତ୍ୟେକ ଆଶ୍ରୟସ୍ଥଳ ପାଇଁ ଜଣେ ସୁପର ଭାଇଜିଂ ଅଫିସର ଏବଂ ୩ଜଣଙ୍କୁ କୋଅର୍ଡିନେଟିଂ ଅଫିସର ଦାୟିତ୍ୱ ଦିଆଯାଇଛି। ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ ପାଇଁ ସର୍ବଶିକ୍ଷା ଅଭିଯାନର ପ୍ରକଳ୍ପ ସଂଯୋଜିକା ସୌନ୍ଦର୍ଯ୍ୟମଞ୍ଜରୀ ଦାସ, ପୌରକଲ୍ୟାଣ ମଣ୍ଡପ ପାଇଁ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏବଂ ନରେନ୍ଦ୍ରକୋଣ ହବିଷିଆଳି ଆଶ୍ରୟସ୍ଥଳୀ ଲାଗି ଶ୍ରୀମନ୍ଦିର ରାଜସ୍ବ ପ୍ରଶାସକ ସୁବ୍ରତ କୁମାର ବେହେରା ସୁପରଭାଇଜିଂ ଅଫିସର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri