ଫସଲ ଉଜାଡି, ଘର ଭାଙ୍ଗିଲେ ହାତୀ

ଝୁମ୍ପୁରା ୧୪।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ଫରେଷ୍ଟ ସେକସନର ଗ୍ରାମାଞ୍ଚଳରେ ରବିବାର ବିଳମ୍ବିତ ରାତିରେ ପୁଣି ହାତୀପଲ ପଶି ଆସିଛନ୍ତି। ହାତୀପଲ ୨ଟି ଦଳରେ ବିଭକ୍ତ ହୋଇଥିବାବେଳେ, ବନ ବିଭାଗର ସୂଚନା ଅନୁଯାୟୀ ଗୋଟିଏ ଦଳରେ ୨୩ ହାତୀ ଏବଂ ଅନ୍ୟ ଦଳରେ ୧୮ହାତୀ ରହିଛନ୍ତି। ସୂଚନା ଅନୁଯାୟୀ ୧୮ସଂଖ୍ୟା ଥିବା ହାତୀପଲ ନୟାଗଡ ପଞ୍ଚାୟତର ବାମନଡିହା ଜଙ୍ଗଲରେ ରହିଥିବାବେଳେ, ୨୩ଟିକିଆ ହାତୀପଲ ଚଉଠିଆ ପଞ୍ଚାୟତର ମଣନ୍ଦା ଜଙ୍ଗଲରେ ରହିଛନ୍ତି। ହାତୀପଲ ପଶି ଆସିଥିବାରୁ ଗ୍ରାମବାସୀ ତଥା ଚାଷୀମାନେ ଭୟଭୀତ ଅବସ୍ଥାରେ ଅଛନ୍ତି। ହାତୀପଲ ଫସଲ ଉଜାଡିବା ସହିତ ଘର ଭଙ୍ଗୁଛନ୍ତି। ୧୮ସଂଖ୍ୟା ଥିବା ହାତୀପଲର କ୍ଷୟକ୍ଷତି ସମ୍ପର୍କରେ ଜଣା ପଡିନାହିଁ। ଏହି ୨୩ଟିକିଆ ହାତୀ ପଲ ବ୍ୟାପକ ଫସଲ କ୍ଷୟକ୍ଷତି କରିବା ସହିତ ମଣନ୍ଦା ଗ୍ରାମ ଜାମୁଡି ସାହିରେ ପୂର୍ଣ୍ଣଚନ୍ଦ୍ର ମୁଣ୍ଡା, ଲଗେନ ମୁଣ୍ଡା, କଇଁ ବେଣ୍ଟକାର, ରତ୍ନା ବେଣ୍ଟକାରଙ୍କର ଘର ଭାଙ୍ଗିଛନ୍ତି। ଘର ଭାଙ୍ଗି ହାତୀପଲ ଧାନ, ଚାଉଳ ଖାଇଛନ୍ତି। ହାତୀ ଆକ୍ରମଣରୁ ଉକ୍ତ ୪ଟି ପରିବାରର ସଦସ୍ୟ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଜଙ୍ଗଲ ପାର୍ଶ୍ୱରେ ବନ କର୍ମଚାରୀ ହାତୀ ପଲକୁ ଜଗି ରହିଛନ୍ତି। ବାଲିବନ୍ଧ ଫରେଷ୍ଟର ଖଗେଶ୍ୱର ବାରିକ କହିଲେ, କ୍ଷୟକ୍ଷତିର ରିପୋର୍ଟ ଖୁବ ଶୀଘ୍ର ରେଞ୍ଜ ଅଫିସକୁ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri