Posted inଜାତୀୟ

ଡିସେମ୍ବର ୧୦ ଯାଏ ୧୪୪

ନୂଆଦିଲ୍ଲୀ,୧୫ା୧୦: ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାର ଶୁଣାଣି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ହିଂସାକାଣ୍ଡ ସୃଷ୍ଟି ହେବା ଆଶଙ୍କାରେ ଅଯୋଧ୍ୟାରେ ୧୪୪ ଧାରା ଜାରି କରାଯାଇଛି। କୌଣସି ସ୍ଥାନରେ ୪ କିମ୍ବା ତାହାଠାରୁ ଅଧିକ ଲୋକ ଏକାଠି ହେବାକୁ ବାରଣ କରାଯାଇଛି। ଶନିବାର ରାତିରୁ ଲାଗୁ ହୋଇଥିବା ଏହି କଟକଣାକୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଅଯୋଧ୍ୟା ଜମିବିବାଦ ରାୟ ପ୍ରକାଶ ପାଇବାକୁ ଥିବାରୁ ଉକ୍ତ ଅଞ୍ଚଳରେ ସୁରକ୍ଷା ଓ ନିରାପତ୍ତାକୁ ବିଚାରକୁ ନେଇ କଟକଣା ଲାଗୁ କରାଯାଇଥିବା କୁହାଯାଇଛି। ସୁଟିଂ ପାଇଁ ଡ୍ରୋନ୍‌ ବ୍ୟବହାରକୁ ମଧ୍ୟ ନିଷିଦ୍ଧ କରାଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ନଭେମ୍ବର ୧୭ରେ ଅବସର ଗ୍ରହଣ କରୁଥିବାରୁ ଏହା ପୂର୍ବରୁ ଅଯୋଧ୍ୟା ରାୟ ପ୍ରକାଶ ପାଇବ ବୋଲି ଆଶା କରାଯାଉଛି।
କଟକଣାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଅସନ୍ତୋଷ ବ୍ୟକ୍ତ କରିଛି। ଦିଓ୍ବାଲିରେ ଦୀପ ଜାଳିବା ଲାଗି ଅନୁମତି ଦେବାକୁ ଉକ୍ତ ସଂଗଠନ ଦାବି କରିଛି। ଦିଓ୍ବାଲିରେ ସାରା ଅଯୋଧ୍ୟା ଆଲୋକମୟ ହେବାକୁ ଥିଲାବେଳେ ରାମଲାଲା କ’ଣ ପାଇଁ ଅନ୍ଧକାରରେ ରହିବେ ବୋଲି ମହନ୍ତ ନୟନ ଦାସ ପ୍ରଶ୍ନ କରିବା ସହ ଏନେଇ ସେ ଡିଭିଜନାଲ କମିଶନରଙ୍କୁ ଭେଟିଛନ୍ତି। ଅନ୍ୟପକ୍ଷରେ ଯଦି ବିବାଦୀୟ ସ୍ଥାନରେ ଦୀପ ଜାଳିବାକୁ ଭିଏଚ୍‌ପିକୁ ଅନୁମତି ମିଳେ ତେବେ ମୁସଲମାନ ମଧ୍ୟ ନମାଜ ପଢ଼ିବା ଲାଗି ଅନୁମତି ଲୋଡିବେ ବୋଲି ହାଜି ମେହବୁବ୍‌ କହିଛନ୍ତି।
ହିନ୍ଦୁ ପକ୍ଷଙ୍କୁ ପ୍ରଶ୍ନ କରା ନ ଯାଇ କେବଳ ମୁସଲମାନ ପକ୍ଷଙ୍କୁ ପ୍ରଶ୍ନ କରାଯାଉଥିବା ସୋମବାର ସୁପ୍ରିମକୋର୍ଟରେ ଅଭିଯୋଗ ହୋଇଛି। ସିଜେଆଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠରେ ଅଯୋଧ୍ୟା ମାମଲାର ୩୮ତମ ଦିବସର ଶୁଣାଣି ବେଳେ ମୁସଲମାନ ପକ୍ଷଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ରାଜୀବ ଧାଓ୍ବନ ଏଭଳି ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ରାମଲାଲା ପକ୍ଷର ଓକିଲ ସି.ଏସ୍‌. ବୈଦ୍ୟନାଥନ ଏହାର ବିରୋଧ କରିଥିଲେ। ବିବାଦୀୟ ସ୍ଥଳର ଭିତର ଅଗଣାକୁ ବାହାର ଅଗଣାଠାରୁ ଅଲଗା କରିବା ଲାଗି ଲୁହା ରେଲିଂ ଲଗାଇବାର ଚିନ୍ତାଧାରା କରାଯାଇଥିବା ସାମ୍ବିଧାନିକ ପୀଠ କହିବାରୁ ଧାଓ୍ବନ ଉପରୋକ୍ତ ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri