ସପ୍ତାହକ ମଧ୍ୟରେ ଓଭରବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କର

ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ ନାହିଁ ନ ଥିବା ଅସୁବିଧା ଭୋଗିବାକୁ ପଡ଼ୁଛି। ସପ୍ତାହକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ ଜିଲା ଭାଜପା ଦାବି କରିଛି। ନ ହେଲେ ପ୍ରତିବାଦରେ ଇଞ୍ଜିନିୟରିଂ ସ୍କୁଲ ଛକରେ ଗଣଧାରଣା ସହ ୫୯ନଂ. ଜାତୀୟ ରାଜପଥ ଅବରୋଧ କରାଯିବାକୁ ଚେତାବନୀ ଦିଆଯାଇଛି। ଜିଲା ସଭାପତି କାହ୍ନୁ ଚରଣ ପତି ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଅହେତୁକ ବିଳମ୍ବ ପାଇଁ ରାଜ୍ୟ ସରକାର ଓ ପୂର୍ତ୍ତ ବିଭାଗର ଅପାରଗତାକୁ ସେ ଦାୟୀ କରିଛନ୍ତି।
ମଙ୍ଗଳବାର ପତିଙ୍କ ସମେତ ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ଓ ଅନେକ କର୍ମୀ ଅସମ୍ପୂର୍ଣ୍ଣ ଓଭରବ୍ରିଜ ଉପରେ ଚାଲି ଚାଲି ସ୍ଥିତି ଅନୁଧ୍ୟାନ କରିଥିଲେ। ବିଳମ୍ବ କାରଣ ସମ୍ପର୍କରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ପଚାରିଥିଲେ।
ଅଞ୍ଚଳର କେତେଜଣ ଉଚ୍ଛେଦକୁ ବିରୋଧ କରି ଅଦାଲତରେ ମାମଲା ରୁଜୁ କରିଥିବାରୁ ଜମି ଅଧିଗ୍ରହଣରେ ସମସ୍ୟା ଦେଖାଦେଇଥିବା ଏସ୍‌ଇ ସଫେଇ ଦେଇଥିଲେ। ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ନେବା ଏବଂ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ତାହା ଜନସେବା ପାଇଁ ଉତ୍ସର୍ଗ କରାଯିବା ଉପରେ ଭାଜପା ନେତାମାନେ ଗୁରୁତ୍ୱ ଦେଇଥିଲେ। ବୁଧବାର ଗଞ୍ଜାମ ଜିଲାପାଳଙ୍କ ସହ ଏ ସମ୍ପର୍କରେ ଆଲୋଚନା କରାଯିବ। ଅକ୍ଟୋବର ୧୮ରେ ଭୁବନେଶ୍ୱରରେ ପୂର୍ତ୍ତ ସଚିବଙ୍କୁ ଭେଟିବାର କାର୍ଯ୍ୟକ୍ରମ ଥିବା ସଭାପତି ସୂଚାଇଛନ୍ତି। ମୂଳ ଡିଜାଇନ ଅପରିବର୍ତ୍ତିତ ରଖାଯିବାକୁ ଦାବି କରାଯାଇଛି।
ସୂଚନାଯୋଗ୍ୟ, ୨୦୧୩ ଅକ୍ଟୋବର ୩ରେ ଓଭରବ୍ରିଜ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭ ଦେଇଥିଲେ। ରାଜ୍ୟ ସରକାର ଏହାର ବ୍ୟୟ ଅଟକଳ ୪୩.୨୯ କୋଟି ଟଙ୍କା ମଞ୍ଜୁର ସହ ନିର୍ମାଣ ଦାୟିତ୍ୱ ପୂର୍ତ୍ତ ବିଭାଗକୁ ନ୍ୟସ୍ତ କରିଥିଲେ। ଏହାକୁ ୬ ବର୍ଷ ବିତିଛି ଏବଂ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri