ଗ୍ରାହକଙ୍କୁ ମାଡ଼ ମାରି ଢାବା ମାଲିକ ଗିରଫ

ବାସୁଦେବପୁର,୧୬।୧୦ (ଡି.ଏନ.ଏ.): ଗ୍ରାହକଙ୍କୁ ମାଡ଼ ମାରିବା ଅଭିଯୋଗରେ ବାସୁଦେବପୁର-ଧାମରା ରାସ୍ତାର ନଳବାଙ୍କଠାରେ ଥିବା ଏକ ଢାବାର ମାଲିକ ଚିନ୍ମୟ ଭୋଇଙ୍କୁ ନାୟକାଣିଡିହୀ ଥାନା ପୋଲିସ ବୁଧବାର ଗିରଫ କରିଛି। ନାୟକାଣିଡିହୀ ପୋଲିସ ସୂଚନା ଅନୁଯାୟୀ, ଗତ ସୋମବାର ବ୍ରଜାନନ୍ଦପୁର ଗ୍ରାମର ରମେଶ ଚନ୍ଦ୍ର ନାୟକ ନାମକ ଜଣେ ବ୍ୟକ୍ତି ଏହି ଢାବାକୁ ଖାଇବାକୁ ଯାଇଥିଲେ। ଖାଇସାରିବା ପରେ ଟଙ୍କା ନେବା ଦେବାକୁ ନେଇ ଢାବା ମାଲିକ ଚିନ୍ମୟ ଓ ଗ୍ରାହକ ରମେଶଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ଚିନ୍ମୟଙ୍କ ମାଡ଼ରେ ରମେଶଙ୍କ ବାମ ହାତ ଭାଙ୍ଗି ଯାଇଥିଲା। ଏ ନେଇ ଆହତ ରମେଶଙ୍କ ଲିଖିତ ଅଭିଯୋଗ କ୍ରମେ ଥାନାରେ ମାମଲା(ନଂ. ୧୬୦/୧୯) ରୁଜୁ କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରି ବୁଧବାର ଚିନ୍ମୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!

ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍‌କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା...

ବାଂଲାଦେଶ ହିଂସାରେ ଖବରଦାତାଙ୍କ ମୃତ୍ୟୁ, ୪ ପୋଲିସ କର୍ମଚାରୀ ଆହତ: ଆଡଭାଇଜରୀ ଜାରି କଲା ଭାରତ

ଢାକା,୧୯।୧୨: ଡିସେମ୍ବର ୧୯ ତାରିଖରେ ଛାତ୍ର ବିଦ୍ରୋହ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ, ବାଂଲାଦେଶରେ ବ୍ୟାପକ ବିରୋଧ ପ୍ରଦର୍ଶନ ହୋଇଛି। ଢାକାରେ ଜନସାଧାରଣଙ୍କ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଦ୍ୱିତୀୟ ସ୍ତ୍ରୀ ପାଇଁ ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଅଣଦେଖା କରିପାରିବ ନାହିଁ: ହାଇକୋର୍ଟ

ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ...

ଆମେରିକାରେ ଲାଗିବ ନିଆଁ! ଟ୍ରମ୍ପଙ୍କ ମୁହଁ ଉପରେ ଏଭଳି ଚେତାବନୀ ଦେଲା ଚାଇନା, ବିଶ୍ୱରେ ଚହଳ

ବେଜିଂ,୧୯।୧୨: ଟ୍ରମ୍ପ ନିକଟରେ ଏକ ପଦକ୍ଷେପ ନେଇଛନ୍ତି ଯାହାକୁ ଶୁଣି ଚାଇନାର ନିଦ ହଜିଯାଇଛି। ହେଲେ ଏହାକୁ ନେଇ ଚୁପ୍‌ ବସିନି ଚାଇନା। ଏହାରି ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri