ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି। ପୁରୀ ବିଧାନସଭା ଆସନରୁ ସେ ଲଗାତର ୫ ଥର ନିର୍ବାଚିତ ହୋଇଥିଲେ। ନିଜକୁ ଅପ୍ରତିଦ୍ୱନ୍ଦ୍ୱୀ ବୋଲାଉଥିବା ମହେଶ୍ୱରଙ୍କୁ ଚଳିତ ନିର୍ବାଚନରେ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ଅନ୍ୟପକ୍ଷରେ ପୂର୍ବତନ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଶିଳ୍ପମନ୍ତ୍ରୀ ଅନନ୍ତ ଦାସ, ଖଣି ଓ ଇସ୍ପାତ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଶକ୍ତି ମନ୍ତ୍ରୀ ସୁଶାନ୍ତ ସିଂହ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ନୃସିଂହ ସାହୁ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା, ପଞ୍ଚାୟତିରାଜ ମନ୍ତ୍ରୀ ରମେଶ ମାଝି, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା, ଯୋଜନା ଓ ସଂଯୋଜନା ମନ୍ତ୍ରୀ ଉଷା ଦେବୀ, ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ନିର୍ବାଚନରେ ବିଜୟୀ ହୋଇଛନ୍ତି।
ଅନ୍ୟପକ୍ଷରେ ପ୍ରଥମକରି ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରୁଥିବା କେତେକ ନବାଗତ ମଧ୍ୟ ଏହି ନିର୍ବାଚନରେ ବିଜୟୀ ହୋଇଛନ୍ତି। ବାଧ୍ୟବାଧକତାରେ ରାଜନୀତିରୁ ଦୂରେଇ ରହିଥିବା କେତେକ ହେଭିଓ୍ବେଟ୍ ନେତାଙ୍କ ପୁଅମାନେ ମଧ୍ୟ ଚଳିତ ନିର୍ବାଚନରେ ବାଜି ମାରିଛନ୍ତି। ବାଙ୍କୀ ବିଧାନସଭା ଆସନରୁ ପ୍ରଭାତ ତ୍ରିପାଠୀଙ୍କ ପୁଅ ଦେବୀରଞ୍ଜନ ତ୍ରିପାଠୀ, ଚୌଦ୍ୱାର-କଟକ ଆସନରୁ ପ୍ରଭାତ ବିଶ୍ୱାଳଙ୍କ ପୁଅ ସୌଭିକ ବିଶ୍ୱାଳ,ବାସୁଦେବପୁର ଆସନରୁ ବିଜୟଶ୍ରୀ ରାଉତରାୟଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ଏବଂ ପାରାଦୀପ ଆସନରୁ ଦାମୋଦର ରାଉତଙ୍କ ପୁଅ ସମ୍ବିତ ରାଉତରାୟ ପ୍ରମୁଖ ବିଜୟ ମୁକୁଟ ପିନ୍ଧିଛନ୍ତି।
ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର
ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...
ତୃତୀୟ ଟି୨୦ରେ ଭାରତର ଦମ୍ଦାର ବିଜୟ: ୨-୧ରେ ସିରିଜ୍ ଅଗ୍ରଣୀ
ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍ ବାକି...
ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର
ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...
ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...
୧୧୭ ରନ୍ରେ ଅଟକିଲା ଦକ୍ଷିଣ ଆଫ୍ରିକା
ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ୧୧୭ ରନ୍ରେ ଅଲ୍ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍ର...
Archives


