ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)  ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ମେଡିକାଲରେ ଚିକିତ୍ସିତ ହେବା ପରେ ବି ସେ ସୁସ୍ଥ ହୋଇପାରିନାହାନ୍ତି। କାରଣ ଅପରେଶନ ପାଇଁ ଆବଶ୍ୟକ ଅଢ଼େଇ ଲକ୍ଷ ଟଙ୍କା ଯୋଗାଡ଼ କରିବା ତାଙ୍କ ପରି ଦିନମଜୁରିଆଙ୍କ ପକ୍ଷେ ସମ୍ଭବ ନୁହେଁ। ତେଣୁ ଦିନକୁ ଦିନ ସ୍ବାସ୍ଥ୍ୟାବସ୍ଥା ବିଗୁଡୁଥିବାବେଳେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ସନ୍ତୋଷ। ସରକାର କିମ୍ବା କେହି ସହୃଦୟ ବ୍ୟକ୍ତି ଚାହିଁଲେ ଭଲ ହୋଇଯିବେ ବୋଲି ସୋସିଆଲ ମିଡିଆରେ ଏକ ଭିଡିଓ ମାଧ୍ୟମରେ ସହାୟତା ଲୋଡିଛନ୍ତି ସନ୍ତୋଷ। ତାଙ୍କ ଗୁହାରି ସରକାରଙ୍କ ନିକଟରେ ପହଞ୍ଚିବ ବୋଲି ସେ ଆଶା କରିଛନ୍ତି।
ସନ୍ତୋଷଙ୍କ ବାପା ବୀରବରଙ୍କ କହିବା ମୁତାବକ, ପ୍ରାୟ ୪ ବର୍ଷ ତଳେ ସନ୍ତୋଷ ଖେଳୁଥିବାବେଳେ ତଳେ ପଡିଯାଇଥିଲେ। ତାଙ୍କ ପେଟରେ ଗଭୀର ଆଘାତ ଲାଗିଥିବାରୁ ସେଠାରେ ଘା ହେବା ସହ ମଳମୂତ୍ର ତ୍ୟାଗ କରିବାରେ କଷ୍ଟ ଅନୁଭବ କରୁଥିଲେ। ତାଙ୍କୁ ପ୍ରଥମେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ଅପରେଶନ କରି ମଳ ତ୍ୟାଗ ପାଇଁ ଏକ ବାଇପାସ୍‌ କରିଥିଲେ। ଲକ୍ଷାଧିକ ଟଙ୍କା ଖର୍ଚ୍ଚ ସତ୍ତ୍ୱେ ସନ୍ତୋଷ ଠିକ୍‌ ହୋଇ ନ ଥିବା ବୀରବର କହିଛନ୍ତି। ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଅପରେଶନ ଯୋଗୁ ଏପରି ହୋଇଥିବା ସେ ଅଭିଯୋଗ କରିଛନ୍ତି। ଏକ ଘରୋଇ ମେଡିକାଲରେ ଦେଖାଇବା ପରେ ଆଉ ଥରେ ଅପରେଶନ କରାଗଲେ ସନ୍ତୋଷ ସୁସ୍ଥ ହୋଇଯିବେ ବୋଲି ଡାକ୍ତର କହୁଥିବା ବୀରବର କହିଛନ୍ତି। ହେଲେ ଏଥିପାଇଁ ଅଢେଇ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଜାଣିବା ପରେ ତାଙ୍କ ଚିନ୍ତା ବଢିଯାଇଛି। ମୂଲ ମଜୁରିରେ ସନ୍ତୋଷଙ୍କ ଔଷଧ ଖର୍ଚ୍ଚ ଉଠୁ ନ ଥିବାବେଳେ କିପରି ଅପରେଶନ କରି ପୁଅକୁ ଭଲ କରାଇବେ ସେଥିପାଇଁ ସହାୟତା ଭିକ୍ଷା କରିଛନ୍ତି ସେ। ସନ୍ତୋଷ ଓ ତାଙ୍କ ବୁଢୀ ମା’ ଏକ ଭିଡିଓ କରି ସରକାରଙ୍କ କାନରେ ଗୁହାରି ପହଞ୍ଚାଇବା ପାଇଁ ଉଦ୍ୟମ କରିଛନ୍ତି। ଖବରପାଇ ଆଠମଲ୍ଲିକ ବିଧାୟକ ରମେଶ ସାଏଙ୍କ ନିର୍ଦ୍ଦେଶକ୍ରମେ ଆଠମଲ୍ଲିକ ଉପଖଣ୍ଡ ପ୍ରଶାସନ ଓ ଠାକୁରଗଡ଼ ଅଞ୍ଚଳର ଏକ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସହାୟତାର ହାତ ବଢାଯାଇଛି। ବୁଧବାର ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ ବୀରବରଙ୍କ ପରିବାର ଲୋକଙ୍କୁ ଭେଟି ରେଡକ୍ରସ ପାଣ୍ଠିରୁ ଏକ ଚେକ ମାଧ୍ୟରେ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ କିଭଳି ଅଧିକ ଚିକିତ୍ସା ଯୋଗାଇ ଦିଆଯାଇପାରିବ ସେଥିପ୍ରତି ଉଦ୍ୟମ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସ୍ବେଚ୍ଛାସେବୀ ସଙ୍ଗଠନର ସଦସ୍ୟ ସୁନୀଲ କୁମାର ସାହୁ ମଧ୍ୟ ପରିବାରକୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri