ସେପ୍ଟେଜ ବିଶୋଧନାଗାର ପରିଚାଳନା କର୍ମଶାଳା

ବ୍ରହ୍ମପୁର ଅଫିସ,୧୮ା୧୦- ମହିଳା ସ୍ବୟଂସହାୟକ ଗୋଷ୍ଠୀ (ଏସ୍‌ଏଚଜି)ଙ୍କୁ ସୁଦୃଢ କରିବାକୁ ବ୍ରହ୍ମପୁର ମହାନଗର ନିଗମ ଆଉ ଏକ ପଦକ୍ଷେପ ଗ୍ରହଣ କରିଛି। ପୂର୍ବରୁ ମହିଳା ଏସ୍‌ଏଚଜିଙ୍କୁ ଶୌଚାଳୟ ପରିଚାଳନା ଦିଗରେ ନିୟୋଜିତ କରାଯାଇଥିଲା। ଏବେ ମହୁଡାରେ ନିର୍ମିତ ସେପ୍ଟେଜ ବିଷୋଧନାଗାର ପରିଚାଳନା କରିବାକୁ ବିଏମ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ା ଯାହା ଓଡିଶାର ପ୍ରଥମ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଏନେଇ ଗୁରୁବାର ନିଗମ ସମ୍ମିଳନୀ କକ୍ଷରେ ଏସ୍‌ଏଚଜିଙ୍କ ଦୁଇଦିନିଆ କର୍ମଶାଳା ଶୁଭାରମ୍ଭ ହୋଇଛି। ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କର୍ମଶାଳାରେ ବିଏମ୍‌ସି ଦ୍ୱାରା ଚୟନ ୪ ମହିଳା ଏସ୍‌ଏଚଜିର ୪୦ ମହିଳାଙ୍କୁ ସେପ୍ଟେଜ ବିଶୋଧନାଗାର ପରିଚାଳନା ଓ କାର୍ଯ୍ୟ ଉପରେ ତାଲିମ ପ୍ରଦାନ କରାଯାଇଥିଲା ା ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଟେକ୍ନିକାଲ ସପୋର୍ଟ ୟୁନିଟ ଅଧିକାରୀମାନେ ଉପସ୍ଥିତ ରହି ପ୍ଲାଣ୍ଟରେ ମଳ ବିଶୋଧନର ସ୍ତରୀକରଣ ଓ ପ୍ରଣାଳୀ ଉପରେ ଏସ୍‌ଏଚଜିଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବସ୍ତି ଉନ୍ନୟନ ଅଧିକାରୀ ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ସମେତ ଜାତୀୟ ସହରାଞ୍ଚଳ ଜୀବିକା ମିଶନ(ଏନୟୁଏଲଏମ୍‌) କର୍ମକର୍ତ୍ତା ଉପସ୍ଥିତ ଥିଲେ। ତେବେ ଏହି ଦୁଇଦିନିଆ କର୍ମଶାଳାରେ ଏସ୍‌ଏସଜିଙ୍କୁ ଅଗାମୀ ଦିନରେ ମହୁଡାସ୍ଥିତ ବିଶୋଧନାଗାରର ସମ୍ପୂର୍ଣ୍ଣ ପରିଚାଳନା ଦାୟିତ୍ୱ ପ୍ରଦାନ କରାଯିବ। ଉକ୍ତ ଏସ୍‌ଏଚଜିର ମହିଳାମାନେ ପ୍ଲାଣ୍ଟର ରକ୍ଷଣାବେକ୍ଷଣ ପରିଚାଳନା କରିବେ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛିା


Enter your email to get our daily news in your inbox.

All Right Reserved By Dharitri.Com

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri