ମଞ୍ଚାବନ୍ଧା ଜଙ୍ଗଲରୁ ୪ ଜୁଆଡ଼ି ଗିରଫ

ବାରିପଦା ଅଫିସ,୧୯ା୧୦- ବାରିପଦା ଟାଉନ ଥାନା ପୋଲିସ ଗୁରୁବାର ରାତିରେ ମଞ୍ଚାବନ୍ଧା ଜଙ୍ଗଲରେ ଚଢ଼ାଉ କରି ୪ ଜୁଆଡିଙ୍କୁ ଗିରଫ କରିଛି। ତେବେ ପୋଲିସର ଅବହେଳା କାରଣରୁ ୮ ରୁ ଊଦ୍ଧ୍ୱର୍ର୍ ଜୁଆଡି ଲକ୍ଷାଧିକ ଟଙ୍କା ଓ ଜୁଆଖେଳ ସାମଗ୍ରୀ ନେଇ ଫେରାର ହେବାରେ ସକ୍ଷମ ହୋଇଛନ୍ତି।
ସୂଚନା ଅନୁଯାୟୀ, ବାରିପଦା ସହର ପାଲବଣୀ ବାଇପାସ୍‌ ତଥା ଜାତୀୟ ରାଜପଥକୁ ଲାଗିରହିଥିବା ମଞ୍ଚାବନ୍ଧା ଜଙ୍ଗଲରେ ଏକ ବଡ଼ ଧରଣର ଜୁଆ ଖେଳ ଚାଲିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ପରେ ପୋଲିସର ଏକ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ତକତପୁର ଅଞ୍ଚଳର ଗୋବିନ୍ଦ ପାଲ, ଝିିରି ବନ୍ଧ ଅଞ୍ଚଳର ପାଗଲୁ ଖମାରୀ, ଚିପଟ ଅସ୍ତିଆ ଅଞ୍ଚଳର ସେଖ ଇଲତାଫ ଓ କାଳିକାପୁର ଅଞ୍ଚଳର କୌଶିିକ ବେହେରାଙ୍କୁ ଧରିବାରେ ସକ୍ଷମ ହୋଇଥିଲା। ସେଠାରୁ ୨୨ ହଜାର ୯ଶହ ଟଙ୍କା, ୭ଟି ମୋଟରସାଇକେଲ ମଧ୍ୟ ପୋଲିସ ଜବତ କରିଛି। ଘଟଣାସ୍ଥଳରୁ ୮ରୁ ଊର୍ଦ୍ଧ୍ୱ ଜୁଆଡ଼ିି ଫେରାର ହୋଇଯାଇଥିଲେ ମଧ୍ୟ ପୋଲିସ ପକ୍ଷରୁ କେବଳ ୩ଜୁଆଡ଼ି ଖସି ଯାଇଥିବା ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଏଠାରେ ଲକ୍ଷ ଲକ୍ଷ ଟଙ୍କାର ଜୁଆ ଖେଳ ସହିତ ଅସାମାଜିକ କାର୍ଯ୍ୟକଳାପ ପ୍ରତିଦିନ ଚାଲୁଥିବା ବେଳେ ପୋଲିସ ବିଳମ୍ବରେ ଖବର ପାଇ ଚଢ଼ାଉ କରିଥିଲା। ଏଥିନେଇ ବାରିପଦା ଟାଉନ ଥାନାରେ ଏକ ମାମଲା (ନଂ.୨୯୫/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri