Posted inଜାତୀୟ

ସମୟାନୁବର୍ତ୍ତିତାରେ ଭାରତୀୟ ରେଳ ପଛୁଆ: ଆର୍‌ଟିଆଇ ରିପୋର୍ଟ

ନୂଆଦିଲ୍ଲୀ,୧୯।୧୦: ଭାରତୀୟ ରେଳ ବିଭାଗ ପକ୍ଷରୁ ଯାତ୍ରୀଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ତେବେ ସମୟାନୁବର୍ତ୍ତିତାରେ ଏହା ପଛୁଆ ରହିଥିବା ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ଅନ୍ତର୍ଗତ ମିଳିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ପାସେଞ୍ଜର ଟ୍ରେନ୍‌ ଗୁଡ଼ିକ ମଧ୍ୟରୁ ୩୩ ପ୍ରତିଶତ ଏବଂ ମାଲବାହୀ ଟ୍ରେନ୍‌ ଗୁଡ଼ିକ ମଧ୍ୟରୁ ୩୧ ପ୍ରତିଶତ ସମୟାନୁବର୍ତ୍ତିତାରେ ପଛୁଆ ରହିଛନ୍ତି। ମଧ୍ୟପ୍ରଦେଶ ନିମଚ ଜିଲାର ଆର୍‌ଟିଆଇ କାର୍ଯ୍ୟକର୍ତ୍ତା ଚନ୍ଦ୍ରଶେଖର ଗୌଡ଼ ଭାରତୀୟ ରେଳର ସମୟାନୁବର୍ତ୍ତିତା ନେଇ ରେଳ ମନ୍ତ୍ରଣାଳଠାରୁ ରିପୋର୍ଟ ପାଇଁ ଆବେଦନ କରିଥିଲେ। ମନ୍ତ୍ରଣାଳ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଛି ଯେ, ଏକ୍ସପ୍ରେସ୍‌, ମାଲବାହୀ ଟ୍ରେନ୍‌, ପାସେଞ୍ଜର, ରାଜଧାନୀ, ଶତାବ୍ଦୀ, ଗରିବରଥ ଆଦି କୌଣସି ଟ୍ରେନ୍‌ ସମୟାନୁବର୍ତ୍ତିତାକୁ ମାନୁ ନାହାଁନ୍ତି। ୨୦୧୬-୧୭ରେ ମାଲବାହୀ-ପାସେଞ୍ଜର ଟ୍ରେନ୍‌ ମଧ୍ୟରୁ ୭୬.୫୩ ପ୍ରତିଶତ ଠିକ୍‌ ସମୟରେ ଯିବା ଆସିବା କରିଥିବାବେଳେ ୨୦୧୭-୧୮ରେ ୭୨.୬୬ ପ୍ରତିଶତ ଏବଂ ୨୦୧୮-୧୯ରେ ୬୭.୫ ପ୍ରତିଶତ ଟ୍ରେନ୍‌ର ଯିବା ଆସିବା ସମୟ ଠିକ୍‌ ଥିଲା ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri