Odisha Elections 2024

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: କଂଗ୍ରେସ ପରେ ସିବିଆଇ ତଦନ୍ତ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପ୍ରଥମେ କଂଗ୍ରେସ ସିବିଆଇ ତଦନ୍ତ ଦାବି କରିଥିଲା। ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ପ୍ରକାଶ ମିଶ୍ର ମଧ୍ୟ ଘଟଣାର ସିବିଆଇ ତଦନ୍ତ ଦାବି କରିବା ସହ କହିଛନ୍ତି, ପାରିପାଶ୍ୱିକ ଅବସ୍ଥା ଦେଖିଲେ ସ୍ମିତାଙ୍କୁ ବଳାତ୍କାର ଏବଂ ହତ୍ୟା କରାଯାଇଥିବା ଲାଗୁଛି। ସେଠାରେ ସରପଞ୍ଚଙ୍କ ସ୍ବାମୀଙ୍କ ସହ ଏକାଧିକ ଲୋକ ଥିଲେ। କୌଣସି ସରକାରୀ ଯୋଜନା ଲାଗି ତାଙ୍କୁ ଅତ୍ୟଧିକ ବାଧ୍ୟ କରାଯାଇଛି। ସ୍ମିତାରାଣୀ ନ ମାନିବାରୁ ହୁଏତ ତାଙ୍କୁ ହତ୍ୟା କରାଯାଇଥାଇପାରେ। ଯଦି ବି ତାହା ହତ୍ୟା ନୁହେଁ, ଆତ୍ମହତ୍ୟା ତେବେ ତାଙ୍କୁ କିଏ ଏଥିପାଇଁ ବାଧ୍ୟ କଲା ତାହା ତଦନ୍ତ କରାଯାଉ। କାରଣ ଆତ୍ମହତ୍ୟା ପାଇଁ ବାଧ୍ୟ କରିବା ହତ୍ୟାଠାରୁ ବି ଅତ୍ୟଧିକ ଜଘନ୍ୟ। ଏଣୁ ଘଟଣାର ତଦନ୍ତ ଭାର ସିବିଆଇକୁ ଦିଆଯାଉ, ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ସ୍ମିତାରାଣୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ଏବଂ ସ୍ବାମୀ ଅଭିଯୋଗ କରିଥିବା ବେଳେ ସେମାନଙ୍କୁ ରାଜ୍ୟ ଭାଜପା ଏବଂ କଂଗ୍ରେସ ପକ୍ଷରୁ ପୃଥକ୍‌ ଟିମ୍‌ ଭେଟି ସମବେଦନା ଜଣାଇଛନ୍ତି। ଏଥିସହ ଭାଜପା ଓ କଂଗ୍ରେସ ଟିିମ୍‌ ଯାଜପୁର ଏସ୍‌ପିଙ୍କୁ ଭେଟି ତଦନ୍ତ ସମ୍ପର୍କରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସମୀର ଦାଶ

ଭୁବନେଶ୍ୱର, ୧୯।୫: ବିଜେଡି ଛାଡ଼ିଲେ ସମୀର ଦାଶ।

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri