ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ଚିକିତ୍ସା ଦାୟିତ୍ୱ ନେଲା ପ୍ରଶାସନ

ମାଲକାନଗିରି,୧୯।୧୦(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସର୍ଗିଗୁଡ଼ା ଗ୍ରାମର ଜଣେ ଗରିବ ଆଦିବାସୀ ଝିଅ ଚମ୍ପା କାଲାକୁରା ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଲା ପତ୍ର ଲେଖିବା ପରେ ଜିଲା ପ୍ରଶାସନ ତାଙ୍କର ଚିକିତ୍ସା ଦାୟିତ୍ୱ ନେଇଛି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ପରେ ଜିଲାପାଳ ମନୀଷ ଅଗ୍ରୱାଲଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରିରୁ ଏକ ଡାକ୍ତରୀ ଦଳ ଓ ବ୍ଲକର କର୍ମକର୍ତ୍ତା ତାଙ୍କ ଗ୍ରାମକୁ ଯାଇ ଆମ୍ବୁଲାନ୍ସ ଯୋଗେ ଆଣି ଶୁକ୍ରବାର ରାତିରେ ଜିଲା ସଦର ମହକୁମା ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ଅପରପକ୍ଷରେ ଯାହା ଆବଶ୍ୟକ ପଡ଼ିବ ସେଭଳି ଚିକିତ୍ସା ଯୋଗାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି।
ସୂଚନାଯୋଗ୍ୟ, ସର୍ଗିଗୁଡ଼ା ଗ୍ରାମର ନରସିଂହ କାଲାକୁରାଙ୍କ ଝିଅ ଚମ୍ପା କାଲାକୁରା ଗତ ୨୦୦୬ ମସିହାରେ ସପ୍ତମ ଶ୍ରେଣୀରେ ପାଠ ପଢୁଥିବା ବେଳେ ହଠାତ୍‌ ହାତ ଗୋଡ଼ ଝିମା ମାରିଯାଇଥିଲା ା କିଛିଦିନ ଏହି ଭଳି ହେବା ପରେ ସେ ସମ୍ପୂର୍ଣ୍ଣ ଶଯ୍ୟାଶାୟୀ ହୋଇଯାଇଥିଲେ। ଅଜଣା ରୋଗରେ ପୀଡ଼ିତ ହୋଇ ଚମ୍ପା ଦୀର୍ଘ ୧୩ ବର୍ଷ ବିଛଣାରେ ପଡ଼ି ରହିଥିଲେ। ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ କେବଳ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ଅସହ୍ୟ ହେବାରୁ ଇଚ୍ଛାମୃତ୍ୟୁ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିବା ଘଟଣା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହା ପରେ ଜିଲା ପ୍ରଶାସନ ତତ୍ପରତା ପ୍ରକାଶ କରି ତାଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri