ପଶ୍ଚିମବଙ୍ଗରେ ହିନ୍ଦୁ ପରିବାରକୁ ହତ୍ୟା ଘଟଣା : ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବଜରଙ୍ଗ ଦଳର ଦାବିପତ୍ର

ଫୁଲବାଣୀ ଅଫିସ, ୧୯ା୧୦: ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ପ୍ରକାଶ ପାଲ ଏବଂ ତାଙ୍କ ଗର୍ଭବତୀ ସ୍ତ୍ରୀଙ୍କ ସହ ୮ ବର୍ଷର ନିଷ୍ପାପ ପୁଅକୁ ଅତି ଜଘନ୍ୟ ଭାବେ ଗତ ୧୦ ତାରିଖରେ ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ସମଗ୍ର ରାଷ୍ଟ୍ରର ହିନ୍ଦୁ ସମାଜ ବ୍ୟଥିତ। ପଶ୍ଚିମବଙ୍ଗରେ ହିନ୍ଦୁମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ବାଂଲାଦେଶୀ ମୁସଲମାନଙ୍କ ଅନୁପ୍ରବେଶ ଏହାର ମୁଖ୍ୟ କାରଣ। ଭୋଟ ଆଶାରେ ମମତା ବାନାର୍ଜୀଙ୍କ ସରକାର କୌଣସି ଆଇନଗତ ପଦକ୍ଷେପ ନେଇ ନାହାନ୍ତି। ବିଗତ କିଛି ବର୍ଷ ହେଲା ପଶ୍ଚିମବଙ୍ଗରେ ହିନ୍ଦୁମାନଙ୍କୁ ବାରମ୍ବାର ହତ୍ୟା କରାଯାଉଛି। ହତ୍ୟାକାରୀଙ୍କୁ ସରକାର ସମର୍ଥନ କରୁଛନ୍ତି। ସେଠାରେ ସରକାରକୁ ବରଖାସ୍ତ କରି ତୁରନ୍ତ ରାଷ୍ଟ୍ରପତି ଶାସନ ଜାରି କରିବା ଦାବିରେ ଶନିବାର ବଜରଙ୍ଗ ଦଳ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ୫ ଦଫା ସମ୍ବଳିତ ଦାବିପତ୍ର ଜିଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଛି।
ଏହି ହତ୍ୟାକାଣ୍ଡର ସିବିଆଇ ତଦନ୍ତ ସହ ଦୋଷୀଙ୍କୁ ଫାଶୀ ଦିଆଯାଉ। ପଶ୍ଚିମବଙ୍ଗରେ ଏନ୍‌ଆରସି ଲାଗୁ କରାଯାଇ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ଦେଶରୁ ବାହାର କରାଯିବା ଦରକାର। ନାଗରିକତା ବିଲ୍‌ରେ ସଂଶୋଧନ ଆଣି ବାଂଲାଦେଶରୁ ନିର୍ଯାତିତ ହୋଇ ଆସିଥିବା ହିନ୍ଦୁମାନଙ୍କୁ ସଂରକ୍ଷଣ ଦିଆଯାଇ ସୁରକ୍ଷା ପ୍ରଦାନ ଜରୁରୀ ହୋଇପଡିଛି ବୋଲି ବଜରଙ୍ଗ ଦଳର ସଂଯୋଜକ ନିରଞ୍ଜନ ମହାନ୍ତି, ରାକେଶ ମିଶ୍ର, ଗୋପାଳ କୃଷ୍ଣ ଷଡଙ୍ଗୀ, ସତ୍ୟନାରାୟଣ ପାତ୍ର, ମୂରଲୀଧର ପଣ୍ଡା, ଅମ୍ବିକା ଦାସ, ଗୌତମ ମହାରଣା ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri