Posted inଖେଳ

ବେଙ୍ଗଲ ଓ୍ବାରିୟର୍ସକୁ ପ୍ରଥମ ଟାଇଟଲ

ଅହମ୍ମଦାବାଦ, ୨୦ା୧୦ (ପି.ଟି.)-ବେଙ୍ଗଲ ଓ୍ବାରିୟର୍ସ ପ୍ରଥମ ଥର ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌)ଟାଇଟଲ ହାସଲ କରିଛି। ଏଠାରେ ଶନିବାର ଅନୁଷ୍ଠିତ ଫାଇନାଲରେ ଦଳ ୩୯-୩୪ ପଏଣ୍ଟ ବ୍ୟବଧାନରେ ଦବଙ୍ଗ ଦିଲ୍ଲୀକୁ ହରାଇ ଦେଇଛି। ଦିଲ୍ଲୀ ତରଫରୁ ନବୀନ କୁମାର ପୁଣି ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ୧୮ ରେଡ୍‌ ପଏଣ୍ଟ ସ୍କୋର କରିଥିଲେ। ମାତ୍ର କେତେକ ତ୍ରୁଟି ଯୋଗୁ ଦଳ ଟାଇଟଲ ଜିତିବାରେ ଅସଫଳ ରହିଥିଲା। ଫାଇନାଲ ମ୍ୟାଚ ଦେଖିବା ଲାଗି ଟ୍ରାନ୍ସଷ୍ଟାଡିଆର ଇକା ଆରେନା ଦର୍ଶକରେ ଭରପୂର ଥିଲା। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କିରେନ ରିଜିଜୁ ମଧ୍ୟ ଉପସ୍ଥିତ ଥିଲେ। ଓ୍ବାରିୟର୍ସ ଦଳର ଷ୍ଟାର ରେଡର ତଥା ଅଧିନାୟକ ମନିନ୍ଦର ସିଂ ଏହି ମ୍ୟାଚ ଖେଳି ନ ଥିଲେ। ମାତ୍ର ଦଳର ସହାୟକ କୋଚ୍‌ର ଭୂମିକା ଗ୍ରହଣ କରିଥିଲେ। ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚର ପ୍ରଥମାର୍ଦ୍ଧ ଖେଳ ୧୭-୧୭ ସମାନସ୍ତରରେ ରହିଥିଲା। ଦ୍ୱିତୀୟାର୍ଦ୍ଧ ଆରମ୍ଭରେ ଓ୍ବାରିୟର୍ସ ଦଳ ତୁରନ୍ତ ଅଗ୍ରଣୀ ଲାଭ କରି ବିପକ୍ଷ ଦଳ ଉପରେ ଚାପ ସୃଷ୍ଟି କରିଥିଲା। ସୁକେଶ ହେଗ୍‌ଡେ ଏବଂ ଜିଭା କୁମାରଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ଦ୍ୱିତୀୟାର୍ଦ୍ଧର ୮ମ ମିନିଟ ଖେଳରେ ଓ୍ବାରିୟର୍ସ ଦବଙ୍ଗ ଦିଲ୍ଲୀକୁ ଆଉଥରେ ଅଲ୍‌ ଆଉଟ କରିଦେବା ସହ ୪ ପଏଣ୍ଟ ଅଗ୍ରଣୀ ଲାଭ କରିଥିଲା। ଦିଲ୍ଲୀର ନବୀନ କୁମାର ସୁପର ୧୦ ହାସଲ କରିଥିଲେ ମଧ୍ୟ ତାଙ୍କ ଦଳ ଓ୍ବାରିୟର୍ସ କର୍ନର ଯୋଡ଼ି ରିଙ୍କୁ ନରଓ୍ବାଲ ଏବଂ ବଳଦେବ ସିଂଙ୍କ ଉଚିତ୍‌ ମୁକାବିଲା କରିପାରି ନ ଥିଲେ। ଇତିମଧ୍ୟରେ ଓ୍ବାରିିୟର୍ସ ଦଳ ବିପକ୍ଷ ଦଳକୁ ଆଉ ଥରେ ଅଲଆଉଟ କରିବାରେ ସଫଳ ହୋଇଥିଲା। ଦିଲ୍ଲୀ ଦଳକୁ ପ୍ରତ୍ୟାବର୍ତ୍ତନ କରାଇବା ଲାଗି ନବୀନ କୁମାର ଉଦ୍ୟମ କରିଥିଲେ । ମାତ୍ର ଡିଫେନ୍ସରେ ଯୋଗିନ୍ଦର ନରଓ୍ବାଲ ଏବଂ ରବିନ୍ଦର ପାହାଲ ବାରମ୍ବାର ତ୍ରୁଟି କରିବସିଥିଲେ। ଓ୍ବାରିୟର୍ସ ଦଳର ଡିଫେନ୍ସ ଶେଷ ଭାଗରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଦଳକୁ ଟାଇଟଲ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri