ସ୍ବାସ୍ଥ୍ୟସେବା ପରଖିଲେ କେନ୍ଦ୍ରୀୟ ପ୍ରତିନିଧି ଦଳ

ବଡ଼ସାହି, ୨୦।୧୦ (ସ୍ବ.ପ୍ର.)- ମୟୂରଭଞ୍ଜ ଗସ୍ତରେ ଆସିଥିବା କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କମନ ରିଭ୍ୟୁ ମିଶନର ଏକ ପ୍ରତିନିଧି ଦଳ ଶନିବାର ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଫେରିଯାଇଛନ୍ତି। ଏହି ଦଳରେ ଜିଲା ପ୍ରୋଗ୍ରାମ ମ୍ୟାନେଜର ଅନୀଲ କୁମାର ମହାନ୍ତି, ଡାକ୍ତର ଅରୁଣ ଅଗ୍ରୱାଲ, ଡାକ୍ତର ବନ୍ଦନା ମିଶ୍ର, ଡାକ୍ତର ଆର୍‌.ଆର୍‌ ଶତପଥୀ, ପ୍ରମୋଦ କୁମାର ମିଶ୍ର ପ୍ରମୁଖ ପ୍ରଥମେ ବଡ଼ସାହି ଅଙ୍ଗନୱାଡି କେନ୍ଦ୍ରରେ ପହଞ୍ଚି ମା’ ଓ ଶିଶୁର କିପରି ଯନତ୍ ନିଆଯାଉଛି ସେ ସମ୍ପର୍କରେ ଆଲୋଚନା କରିଥିଲେ। ଏ ପରି କି ଗାଁ କଲ୍ୟାଣ ସମିତି ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଅଞ୍ଚଳବାସୀଙ୍କ ସହ କଥାବାର୍ତ୍ତା କରିଥିଲେ। ପରେ ସେମାନେ ଦେଉଳିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଥିଲେ ା ଏହି ଅବସରରେ ଡାକ୍ତରଖାନାରେ ଫାଙ୍କା ପଡିଥିବା ବିଶେଷଜ୍ଞ ଡାକ୍ତର ପୂରଣ ପାଇଁ ଅଞ୍ଚଳବାସୀ ଦାବି କରିବା ସହ ସମନ୍ବିତ ମହିଳା ଓ ଶିଶୁ ବିକାଶ କାର୍ଯ୍ୟାଳୟରେ ଚାଲିଥିବା ଖେଳନା, ଚାଉଳ ଯୋଗାଣରେ ଅନିୟମିତତା ଓ କିଟ୍‌ କିଣା ଦୁର୍ନୀତି ସମ୍ପର୍କରେ ଅଭିଯୋଗ କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଡା. ସଞ୍ଜୀବ ବଇତାଇ, ଡା. ରଞ୍ଜନ ମହାନ୍ତି, ଆୟୁଷ ଡା. ସନତ କୁମାର ଦାଶ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri