Posted inଜାତୀୟ

କମଲେଶ ହତ୍ୟାକାଣ୍ଡ: ୫ ଗିରଫ

ଲକ୍ଷ୍ନୌ,୨୦ା୧୦ : ଉତ୍ତରପ୍ରଦେଶର ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀ ହତ୍ୟା ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଶୁକ୍ରବାର କମଲେଶଙ୍କୁ ତାଙ୍କ ଲକ୍ଷ୍ନୌ ଘରେ ହତ୍ୟା କରାଯାଇଥିଲା। କମଲେଶଙ୍କ ସ୍ତ୍ରୀ ଦେଇଥିବା ଏତଲା ଆଧାରରେ ଉତ୍ତରପ୍ରଦେଶର ବିଜନୁର ଜିଲାରୁ ୨ ଜଣ ଓ ଗୁଜରାଟର ସୁରଟରୁ ତିନିଜଣଙ୍କୁ ଗିରଫ କରାଯାଇଥିବା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓ.ପି. ସିଂ ସୂଚନା ଦେଇଛନ୍ତି। ଫେରାର ଥିବା ଅନ୍ୟ ଦୁଇଜଣଙ୍କୁ ଧରିବା ଲାଗି ପୋଲିସ ତନାଘନା ଚଳାଇଛି। ଗୁଜରାଟରୁ ଗିରଫ ତିନିଜଣ ହେଲେ ମୌଲାନା ମହସିନ ଶେଖ୍‌, ରଶିଦ ଅହମଦ ପଠାନ ଓ ଫୈଜାନ। ସେହିପରି ୟୁପିରୁ ଗିରଫ ଦୁଇଜଣ ହେଲେ ମୌଲାନା ଅନଓ୍ବର ଉଲ୍‌ ହକ୍‌ ଏବଂ ମୁଫ୍‌ତି ନଇମ୍‌ କଜ୍‌ମିନ। ରଶିଦ ଆକ୍ରମଣର ମାଷ୍ଟରମାଇଣ୍ଡ ବୋଲି ପୋଲିସ ବିଶ୍ୱାସ କରୁଛି। ହତ୍ୟାକାରୀ ମିଠା ପ୍ୟାକେଟ ନେଇ କମଲେଶଙ୍କ ଘରକୁ ଯାଇଥିଲେ। ଏହି ମିଠା ପ୍ୟାକେଟକୁ ଫୈଜାନ କିଣିଥିବା ଜଣାପଡିଛି। ତେବେ ଆକ୍ରମଣ ପଛରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ନ ଥିବା ଡିଜିପି କହିଛନ୍ତି। ୨୦୧୫ରେ କମଲେଶ ପ୍ରଫେଟ ମହମ୍ମଦଙ୍କ ବିରୋଧରେ ମାନହାନିକାରକ ମନ୍ତବ୍ୟ ଦେଇଥିଲେ। ଏହା ହତ୍ୟାକାଣ୍ଡର କାରଣ ହୋଇପାରେ ବୋଲି ପୋଲିସ ସନ୍ଦେହ କରୁଛି। ମିଠା ପ୍ୟାକେଟ ସୁରଟର ବୋଲି ସିସିଟିଭି ଫୁଟେଜ୍‌ରୁ ଜଣାପଡିବା ପରେ ଉତ୍ତରପ୍ରଦେଶ ପୋଲିସ ଗୁଜରାଟ ପୋଲିସର ସହାୟତା ଲୋଡିଥିଲା।
ହିନ୍ଦୁ ସମାଜ ପାର୍ଟି ନେତା କମଲେଶଙ୍କ ହତ୍ୟାକାରୀମାନଙ୍କୁ ଛଡ଼ାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରତିଶ୍ରୁତି ଦେଇଥିବାବେଳେ ଘଟଣାର ତଦନ୍ତ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଦ୍ୱାରା କରାଯିବା ଲାଗି ତାଙ୍କ ପରିବାର ପକ୍ଷରୁ ଦାବି କରାଯାଇଛି। ସୁରକ୍ଷା କର୍ମୀ ଥାଇ କମଲେଶଙ୍କୁ ହତ୍ୟା କରାଯାଇଥିବାରୁ ଆମେ ପ୍ରଶାସନକୁ କିପରି ବିଶ୍ୱାସ କରିବୁ ବୋଲି ତାଙ୍କ ପୁଅ ସତ୍ୟମ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ

କର୍କଟ – ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ କର୍କଟ ରାଶିର ଲୋକଙ୍କ ଜୀବନରେ ସକାରାତ୍ମକ ପ୍ରଭାବ ପକାଇବ। ଆପଣଙ୍କ କ୍ୟାରିୟରରେ ଉନ୍ନତି ହେବ, ଏବଂ ଆପଣଙ୍କ ଆର୍ଥିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri