କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ମଦନପୁର ଅଞ୍ଚଳରେ ବେଆଇନ ମାଙ୍କଡା ପଥର ଖନନ ନେଇ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଯଥେଷ୍ଟ ନୁହେଁ, ଏଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ଏନ୍ଜିଟି ପକ୍ଷରୁ ଏନେଇ ଜିଲାପାଳ, ଏସପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଗତ ୧୬ ତାରିଖରେ ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି। ବେଆଇନ ଭାବେ ଖନନ ହୋଇଥିବା ପଥରକୁ ଜବତ କରିବା, ଖଣି ଅଞ୍ଚଳକୁ ତାର ବାଡ ଦେଇ ସୁରକ୍ଷା ଦେବା, ବନୀକରଣ କରିବା ସହ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସାମିଲ କରି ଜଳ ଅମଳ ପ୍ରକଳ୍ପ ନିର୍ମାଣ କରିବାକୁ ମଧ୍ୟ ଆଦେଶ ଦିଆଯାଇଛି। ସେହିପରି ପରିବେଶ କ୍ଷୟକ୍ଷତିର ଆକଳନ କରି ସ୍ଥିରତା ଫେରାଇ ଆଣିବା ଏବଂ ସମ୍ପୃକ୍ତ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା ସକାଶେ ସୁରକ୍ଷାକର୍ମୀ ନିୟୋଜିତ କରିବା ପାଇଁ କୁହାଯାଇଛି ା ଏସଂକ୍ରାନ୍ତରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଡିସେମ୍ବର ୧୮ତାରିଖକୁ ଦିନ ଧାର୍ଯ୍ୟ କରାଯାଇଛି।
ଉଲ୍ଲେଖନୀୟ ଯେ, ମଦନପୁର ଅଞ୍ଚଳରେ ବେଆଇନ ଖଣିରେ ସୁଧାଂଶୁ ଶେଖର ମଲ୍ଲିକ ଓ ଅନ୍ୟମାନେ ଏହି ବେଆଇନ ମାଙ୍କଡା ପଥର ଖନନ ଘଟଣା ନେଇ ସୁଧାଂଶୁ ଶେଖର କୁଅଁର ଓ ଅନ୍ୟ ଜଣେ ଟ୍ରିବ୍ୟୁନାଲର ଦ୍ୱାରସ୍ଥ ହୋଇଥିଲେ। ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ସଚିବ, ରାଜସ୍ବ ଓ ବିପର୍ଯ୍ୟୟ ସଚୀବ, ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ସଚୀବ, ଘଷିପୁରା ତହସିଲଦାର, ଏସପି କେନ୍ଦୁଝର, ଓଡିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବଙ୍କୁ ଏହି ମାମଲାରେ ପକ୍ଷଭୂତ କରାଯାଇଥିଲା। ଟ୍ରିବ୍ୟୁନାଲ ଏହାର ଶୁଣାଣି କରି ଜିଲାପାଳ ତଥା ଅନ୍ୟମାନଙ୍କୁ ବେଆଇନ ଖନନ ରୋକିବାକୁ କଣ ପଦକ୍ଷେପ ନିଆଯାଇଛି ତାହାର ରିପୋର୍ଟ ମାଗିଥିଲେ। ଏନେଇ ଜିଲାପାଳ ସ୍ଥାନୀୟ ପ୍ରଶାସନ ନେଇଥିବା ପଦକ୍ଷେପ ସମ୍ପର୍କରେ ଟ୍ରିବ୍ୟୁନାଲଙ୍କୁ ଜଣାଇଥିଲେ। ଆନନ୍ଦପୁର ଡିଏଫଓ ଏଦିଗରେ ପଦକ୍ଷେପ ନେଇ ୨୩ ଲକ୍ଷ ୫୩ ହଜାର ୩୬୪ ଟଙ୍କା ଜରିମାନା ଆଦାୟ କରାଯାଇଥିବା ଟ୍ରିବ୍ୟୁନାଲଙ୍କୁ ଅବଗତ କରାଯାଇଥିଲା। ତେବେ ଏଭଳି କାର୍ଯ୍ୟାନୁଷ୍ଠାନ ଯଥେଷ୍ଟ ନୁହେଁ ଦର୍ଶାଇ ଟ୍ରିବ୍ୟୁନାଲ ଏଦିଗରେ କଡ଼ା ପଦକ୍ଷେପ ନେବାକୁ ଉପରୋକ୍ତ ନୋଟିସ ଜାରି କରିଥିବା ସୂଚନା ମିଳିଛି।
‘ମାଙ୍କଡ଼ା ପଥର ଖନନ ରୋକ’ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ, ଏସ୍ପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏନ୍ଜିଟି ନୋଟିସ
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍, ଆଉ ତା’ ପରେ…
ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...
ପୁରୁଷୋତ୍ତମପୁର ସବ୍-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...
ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…
ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...
୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…
କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...
ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍ର ପ୍ରୋବେସନ ଆଇଏଏସ୍ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...
ଆର୍ଟିଓ ଅଫିସ ନିକଟରେ ବ୍ରେକ୍ ଫେଲ୍ ହେଲା ମିନି ଟ୍ରକ୍, ୨ କାର୍ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍ ନଷ୍ଟ
କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍ ବ୍ରେକ୍ ଫେଲ ହୋଇ ଘଟିଛି ସିରିଜ୍ ଦୁର୍ଘଟଣା। ୨ କାର୍ ସହ ୧୦...
ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…
ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...
Archives


