ଶେରଗଡ,୨୨ା୧୦(ଡି.ଏନ୍.ଏ.)- ଶେରଗଡ ବ୍ଲକ ଚିକିଲି ଗ୍ରାମର ସୁବାସ ଚନ୍ଦ୍ର ପାଢୀଙ୍କ ଆକାଉଣ୍ଟରୁ ଏକ ମୋବାଇଲ ଆପ୍ ଜରିଆରେ ୧ଲକ୍ଷ ୧୬ହଜାର ୬୩୦ ଟଙ୍କା ଠକେଇ ହୋଇଥିବା ସେ ଶେରଗଡ ଥାନାରେ ଅଭିଯୋଗ କରିଛନ୍ତି। ଥାନାଧିକାରୀ ରମେଶ ଚନ୍ଦ୍ର ଦାସ ନଂ.୧୦୦/୧୯ରେ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛନ୍ତି। ପ୍ରକାଶ ଯେ, ସୁବାସଙ୍କ ମୋବାଇଲ ଫୋନ୍ ନଂ.୯୭୪୯୭୭୬୧୪୮କୁ ସୋମବାର ଅପରାହ୍ନ ୧୨.୫୧ରେ ଏକ ମେସେଜ ଆସିଥିଲା। ୯୯୯ ଟଙ୍କା ଦେଲେ ଲକ୍ଷାଧିକ ଟଙ୍କାର ପୁରସ୍କାର ମିଳିବ ବୋଲି ଉଲ୍ଲେଖ ଥିଲା। ଏହାକୁ ଦେଖି ତାଙ୍କ ପୁଅ ମନି ଟ୍ରାଞ୍ଜାକ୍ସନ୍ ଆପ୍ ପେଟିମ ଜରିଆରେ ୯୯୯ ଟଙ୍କା ଏକ ଅଜଣା ନମ୍ବରକୁ ପଠାଇବା କ୍ଷଣି ୧ଲକ୍ଷ୧୬ହଜାର ୬୩୦ଟଙ୍କା ଆକାଉଣ୍ଟରୁ ଡେବିଟ୍ ହୋଇଯାଇଥିଲା। ସୁବାସ ତୁରନ୍ତ ଆକାଉଣ୍ଟ ଥିବା ନିକଟସ୍ଥ ଏସ୍ବିଆଇକୁ ଯାଇଥିଲେ। ସେଠାରେ ଠକେଇ ହୋଇଥିବା କହିବାପରେ ଥାନାର ଦ୍ୱାରସ୍ଥ ହୋଇଥିଲେ। ଅନ୍ୟଜଣେ ବ୍ୟକ୍ତିଙ୍କ ଆକାଉଣ୍ଟରୁ ମଧ୍ୟ ଟଙ୍କା ଠକେଇ ହୋଇଥିବା ଜଣାପଡିଛି। ମାତ୍ର ଏନେଇ ଠିକ୍ ସୂଚନା ମିଳିପାରିନାହିଁ।
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ପାରମ୍ପରିକ ‘ଟୋକି ପର୍ବ’ ପାଇଁ ଚଳଚଞ୍ଚଳ କଳାହାଣ୍ଡି: ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...
ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ
ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...
ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି…
ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...
କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…
ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...
ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍ ଜବତ
ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍ପି...
ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ
ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...
ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା
ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...
Archives


