ଅବଢ଼ା ଯୋଜନା ପାଇଁ ଖର୍ଚ୍ଚ ହେବ ୩୨୦୮ କୋଟି

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଅବଢ଼ା ଯୋଜନା ପାଇଁ ରାଜ୍ୟ ସରକାର ବୃହତ୍‌ ବ୍ୟୟବରାଦ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସରକାର ଏହି ଯୋଜନା ସକାଶେ ୩୨୦୮ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଏହି ଯୋଜନାରେ ୭୧୯ କୋଟି ଟଙ୍କା ବ୍ୟୟବରାଦ କରିଥିବା ବେଳେ ୨୦୨୦-୨୧ରେ ୧୪୦୨ କୋଟି ଏବଂ ୨୦୨୧-୨୨ରେ ୧୦୮୭ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସୋମବାର ରାଜ୍ୟ କ୍ୟାବିନେଟ୍‌ ଏହି ପ୍ରସ୍ତାବ ଉପରେ ମୋହର ମାରିଛି।
ପୁରୀରେ ତୀର୍ଥଯାତ୍ରୀମାନଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଯାତ୍ରୀମାନଙ୍କୁ ଉନ୍ନତ ସୁବିଧାସୁଯୋଗ, ନିରାପତ୍ତା ଏବଂ ପୁରୀର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ପାଇଁ ୨୦୧୭-୧୮ରେ ରାଜ୍ୟ ସରକାର ଅବଢ଼ା ଯୋଜନା କାର୍ଯ୍ୟକାରୀ କରିବାକୁ ଘୋଷଣା କରିଥିଲେ। ଏହି ଯୋଜନାରେ ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା, ଐତିହ୍ୟ କ୍ଷେତ୍ରର ବିକାଶ, ସେତୁ ପ୍ରକଳ୍ପ, ମୂଷା ନଦୀର ପୁନରୁଦ୍ଧାର, ବହୁତଳ କାର୍‌ ପାର୍କିଂ, ପୁରୀ ହ୍ରଦ ଉନ୍ନତୀକରଣ, ଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର , ଗୃହ ନିର୍ମାଣ ଯୋଜନା, ରଘୁନନ୍ଦନ ପାଠାଗାର, ଆଚାର୍ଯ୍ୟ ହରିହର ଛକର ଉନ୍ନତୀକରଣ, ଅଠର ନଳା ଐତିହ୍ୟର ଉନ୍ନତୀକରଣ ଓ ବିଭିନ୍ନ ମଠର ଉନ୍ନତି ଆଦି ପ୍ରକଳ୍ପକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହିସବୁ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଉକ୍ତ ବ୍ୟୟବରାଦ କରିଛନ୍ତି । ଏହି ଯୋଜନାରେ ହବିଷିଆଳିମାନଙ୍କ ପାଇଁ ନୂତନ ଆଶ୍ରୟସ୍ଥଳୀ ନିର୍ମାଣ, ପୁରୀର ବିଭିନ୍ନ ସ୍ଥାନରେ ରାସ୍ତାର ଉନ୍ନତୀକରଣ, ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ବାତ୍ୟା ଫନୀର ପରବର୍ତ୍ତୀ ସମୟରେ ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ବିଚାରପତି ବି.ପି. ଦାଶଙ୍କ ତଦନ୍ତ କମିଟି ସୁପାରିସ ଆଧାରରେ ରାଜ୍ୟ ସରକାର କେତେକ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ସମସ୍ତ ଯୋଜନାକୁ ଅବଢ଼ା ଯୋଜନାରେ ସାମିଲ କରାଯାଇଛି।
ଏଥିସହିତ ପୁରୀ ଗୋବର୍ଦ୍ଧନ ପୀଠର ପରିଚାଳନା ଅଧିକାର ରାଜ୍ୟ ସରକାର ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଉପରେ ନ୍ୟସ୍ତ କରିଛନ୍ତି। ହିନ୍ଦୁ ଧାର୍ମିକ ଅନୁଷ୍ଠାନ କ୍ଷେତ୍ରରେ ଶଙ୍କରାଚାର୍ଯ୍ୟଙ୍କ ଅଗ୍ରଣୀ ଓ ମୁଖ୍ୟ ଭୂମିକାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ହିନ୍ଦୁ ଦେବୋତ୍ତର ଅଧିନିୟମ ୧୯୫୧କୁ ସଂଶୋଧନ କରାଯାଇଛିି। ଏହି ଅଧିନିୟମରୁ ଗୋବର୍ଦ୍ଧନ ପୀଠକୁ ବାଦ୍‌ ଦିଆଯାଇଛି। ଏହି ମଠ ଉପରେ ସରକାରଙ୍କର କୌଣସି ନିୟନ୍ତ୍ରଣ ରହିବ ନାହିଁ। ସମସ୍ତ ପରିଚାଳନାଗତ କାର୍ଯ୍ୟ ଶଙ୍କରାଚାର୍ଯ୍ୟଙ୍କ ଦ୍ୱାରା ସମାପନ ହେବ। ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି।
ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମୋଟ ୧୧ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ତଫସିଲ ଭୁକ୍ତ ଜାତି, ଜନଜାତି, ଅନ୍ୟାନ୍ୟ ପଛୁଆ ବର୍ଗ, ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ରେସିଡେଣ୍ଟ, ଇନ୍‌କମ୍‌ ସାର୍ଟିଫିକେଟ, ଜାତିଗତ ପ୍ରମାଣ ପତ୍ର ପାଇଁ ଆବେଦନ ଫି, ୟୁଜର ଫି ଏବଂ ଅନ୍ୟାନ୍ୟ ଫି ଦେବାକୁ ପଡ଼ିବ ନାହିଁ। ଏହି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

Featured Video Play Icon

ଭାଜପା ଛାଡ଼ିଲେ ଅମୀୟ ଦାଶ

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା...

ଆଜି ପରି କାଲି ବି ଜାଳିବ, ରେଡ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩୦।୪: ଆକାଶରୁ ନିଆଁ ବର୍ଷୁଛି। ଏମିତି ଲାଗୁଛି ଯେମିତି ବାହାରକୁ ବାହାରିଲେ ମୁହଁପୋଡି ହୋଇଯିବ। ତେବେ ପ୍ରଥମ ଥର ରାଜ୍ୟ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଥିବାବେଳେ...

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri