Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଆକସ୍ମିକ ସମସ୍ୟାଜନିତ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ।
ବୃଷ
ବୃଷ
କଳୁଷିତ ଚନ୍ଦ୍ର ପ୍ରଭାବରେ ଆପଣ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ । ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବ କିନ୍ତୁ ସାଧାରଣ କଥାକୁ କେନ୍ଦ୍ରକରି ହଡ଼ବଡ଼େଇ ଯିବେ ।
ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିଯାଇପାରନ୍ତି। ପାରିବାରିକ କ୍ଷେତ୍ରରେ ଗତକାଲିର କଳିତକରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜ ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଏକପ୍ରକାର ଖୁସି ଅନୁଭବ କରିବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ ହଠାତ୍‌ କିଛିଦିନ ଲାଗି ଅଟକି ରହିଯାଇପାରେ । ଆଇନ ଅଦାଲତର ରାୟ ସପକ୍ଷରେ ଯିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରି ସଫଳତା ହାସଲ କରିପାରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବାର ସୂଚନା ରହିଛି । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ପାଖପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଆପଣ ଅନ୍ୟମାନଙ୍କ ଲାଗି ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ।
ବିଛା
ବିଛା
ଆଜି କର୍ମବ୍ୟସ୍ତତା ମଧ୍ୟରେ ଦିନସାରା ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ । ବ୍ୟବସାୟିକ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ। ପଡ଼ା, ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ।
ଧନୁ
ଧନୁ
ଭୁଲ୍‌ ବୁଝାମଣାଜନିତ ପାରିବାରିକ କଳହ, ଟଙ୍କା ପଇସା ଦେଣନେଣ, କଚେରି ମାମଲାର ଟେନ୍‌ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ । ପ୍ରକାଶନ, ଏଜେନ୍ସିପ୍‌, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ମକର
ମକର
ଯେତେପ୍ରକାର ଭଲ କାମ କଲେ ମଧ୍ୟ ଅସୁସ୍ଥତା ଓ ଅଭାବବୋଧ ଇତ୍ୟାଦି ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତିି । ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ ଓ ପାରିବେ ମଧ୍ୟ । ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ। ବନ୍ଧୁମାନଙ୍କ ସହ କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନାକୁ ଏଡ଼ିହେବ ନାହିଁ ।
ମୀନମୀନ
ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ଆତ୍ମୀୟମାନଙ୍କ ସହ ଜମିଜମା ବଣ୍ଟାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri