ଆଜି ମେଲାଣି ନେବେ ଧନଦାତ୍ରୀ

ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମେଢ ପୂର୍ବାହ୍ନ ୧୧ ଟାରେ ଷ୍ଟାଡିୟମରେ ପହଞ୍ଚିବା ପରେ ଆଜ୍ଞାଲଡୁ ନିଲାମ ହେବ। ଏହାପରେ ସମସ୍ତ ମେଢକୁ ପର୍ଯ୍ୟାୟ କ୍ରମେ ଷ୍ଟାଡିୟମରୁ ନିଆଯାଇ ନଦୀପଠା ଅସ୍ଥାୟୀ ପୋଖରୀରେ ବିସର୍ଜନ କରାଯିବ। କେନ୍ଦ୍ରୀୟ ଗଜଲକ୍ଷ୍ମୀପୂଜା କମିଟି ଆନୁକୂଲ୍ୟରେ ହେବାକୁ ଥିବା ଏହି ମେଲଣ ଉତ୍ସବରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ଏମପି ମହେଶ ସାହୁ, ବିଧାୟକ ମୁକେଶ କୁମାର ପାଲ, ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ଆରକ୍ଷୀ ଅଧୀକ୍ଷକ ଜଗମୋହନ ମିନା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୨ ପ୍ଲାଟୁନ ଫୋର୍ସ ମୁତୟନ ହେବା ସହ ୨ଜଣ ଡିଏସପି, ୩ଜଣ ଇନ୍ସପେକ୍ଟର, ୪ଜଣ ଏସଆଇ ଏବଂ ୮ ଜଣ ଏଏସଆଇଙ୍କ ସହ ମୋଟ ୧୭ ଜଣ ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ ପ୍ରକାଶ କରିଛନ୍ତି। ଶାନ୍ତିଶୃଙ୍ଖଳା ସହ କିପରି ଭସାଣି ଉତ୍ସବ ଶେଷ ହେବ ସେଥିପାଇଁ ଉପଜିଲାପାଳ ଅଜିତ କୁମାର ପ୍ରଧାନ ପୋଲିସ ପ୍ରଶାସନ, ସମସ୍ତ ପୂଜା କମିଟିର ସଦସ୍ୟଙ୍କୁ ଯତ୍ନବାନ ରହିବାକୁ ପରାମର୍ଶ ଦେଇଛନ୍ତି। ଅନ୍ୟପଟେ ଭସାଣି ଉତ୍ସବକୁ ଦୃଷ୍ଟିରେ ରଖି ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସହର ମଧ୍ୟକୁ କୌଣସି ଭାରିଯାନ ଚଳାଚଳ ଉପରେ କଟକଣା ଲଗାଯାଇ ଥିବାବେଳେ ଏହି ସମୟରେ ସମସ୍ତ ଗାଡିକୁ ନୂତନ ବାଇପାସ ରାସ୍ତାରେ ଛଡ଼ାଯିବ ବୋଲି ଥାନା ଅଧିକାରୀ କନକ ମାଝି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri