ଆସିଲା ଆଇନଜୀବୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ: ଆତ୍ମହତ୍ୟା କରିଛନ୍ତି ଦୀପାଳି

ପୁରୁଣା ଭୁବନେଶ୍ୱର, ୨୪।୧୦ (ଡି.ଏନ୍‌.ଏ.): ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା ମୃତ୍ୟୁ ଘଟଣାରେ ବ୍ୟବଚ୍ଛେଦ ରିପୋର୍ଟ ବୁଧବାର ପୋଲିସର ହସ୍ତଗତ ହୋଇଛି। ସେ ଆତ୍ମହତ୍ୟା କରିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଧଉଳି ଥାନା ଅଧିକାରୀ ବିଶ୍ୱଜିତ ଜୟଦୀପ କହିଛନ୍ତି, ଦୀପାଳିଙ୍କୁ ହତ୍ୟା କରାଯାଇନାହିଁ। ଆତ୍ମହତ୍ୟା କରିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏଥିପାଇଁ ତାଙ୍କ ପୁରୁଷବନ୍ଧୁ ପରୋକ୍ଷରେ ଦାୟୀ କି ନୁହେଁ ତାହାର ତଦନ୍ତ ଜାରି ରହିଛି। ସେ ଧରାପଡ଼ିବା ପରେ ରହସ୍ୟ ପଦାକୁ ଆସିବ। ଏହାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜୟଦୀପ କହିଛନ୍ତି।
ସୂଚନା ଥାଉକି, ଦୀପାଳିଙ୍କ ଘର ଭଦ୍ରକରେ ହୋଇଥିବାବେଳେ ସେ ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ବିଜୟବିହାରସ୍ଥିତ ଏକ ଭଡ଼ା ଘରେ ରହି ଓଜେଏସ୍‌ ପାଇଁ ପ୍ରସ୍ତୁତ ହେଉଥିଲେ। ଏଥିସହ ଭୁବନେଶ୍ୱର କୋର୍ଟରେ ପ୍ରାକ୍ଟିସ କରୁଥିଲେ। ଗତ ୨୦ ତାରିଖରେ ତାଙ୍କର ଝୁଲନ୍ତା ମୃତଦେହକୁ ପୋଲିସ ଭଡ଼ାଘରୁ ଉଦ୍ଧାର କରିଥିଲା। ଘଟଣାପରଠାରୁ ପୁରୁଷବନ୍ଧୁ ବା ପ୍ରେମିକ ଫେରାର ରହିଥିବାବେଳେ ତାଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହାକୁ ନେଇ ସସ୍‌ପେନ୍ସ ଲାଗି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri