Posted inଜାତୀୟ

ଜମ୍ମୁ-କଶ୍ମୀର ବିଡିସି ନିର୍ବାଚନ:୮୧ ବ୍ଲକ୍‌ରେ ଭାଜପା ବିଜୟୀ

ଶ୍ରୀନଗର,୨୫-୧୦(ଆଇଏଏନ୍‌ଏସ୍‌):ଜମ୍ମୁ-କଶ୍ମୀର ବ୍ଲକ ଉନ୍ନୟନ ପରିଷଦ (ବିଡିସି) ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୩୧୬ ବ୍ଲକ ପାଇଁ ନିର୍ବାଚନ ହୋଇଥିଲାବେଳେ ୮୧ରେ ଭାଜପା ବିଜୟୀ ହୋଇଛି। ସ୍ବାଧୀନ ପ୍ରାର୍ଥୀ ୨୧୭ ବ୍ଲକକୁ କବ୍‌ଜା କରିଛନ୍ତି। କଂଗ୍ରେସ ଗୋଟିଏ ବ୍ଲକ୍‌ରେ ଜିତିଥିଲାବେଳେ ପାନ୍ଥର୍ସ ପାର୍ଟି ୮ଟିରେ ବିଜୟୀ ହୋଇଛି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଏହା ଥିଲା ପ୍ରଥମ ନିର୍ବାଚନ। କଡ଼ା ସୁରକ୍ଷା ମଧ୍ୟରେ ନିର୍ବାଚିତ ସରପଞ୍ଚ ଓ ଓ୍ବାର୍ଡମେମ୍ବରମାନେ ଭୋଟ ଦେଇଥିଲେ। କଂଗ୍ରେସ, ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ନିର୍ବାଚନକୁ ବର୍ଜନ କରିଥିଲେ। କଶ୍ମୀର ଉପତ୍ୟକାର ୧୩୭ ବ୍ଲକ୍‌ ମଧ୍ୟରୁ ୧୨୮ଟିରେ ଭୋଟଗ୍ରହଣ ହୋଇଥିଲା। ସେଥିରୁ ୧୮ଟିରେ ଭାଜପା ଓ ୧୦୯ଟି ବ୍ଲକରେ ସ୍ବାଧୀନ ପ୍ରାର୍ଥୀ ଜିତିଛନ୍ତି। ଶୋପିଆନରୁ ୬, ପୁଲଓ୍ବାମାରୁ ୨, ଅନନ୍ତନାଗ ଓ ବଡଗାମ ଜିଲାରୁ ଜଣେ ଲେଖାଏ ଭାଜପା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ। ସେହିପରି ବାରମୁଲା ଜିଲାରେ ୪, ପୁଲଓ୍ବାମା, ବଡଗାମ୍‌ ଓ ବନ୍ଦିପୋରାରୁ ୨ ଜଣ ଲେଖାଏ ଏବଂ ଅନନ୍ତନାଗ, କୁପଓ୍ବାଡା, ଗଣ୍ଡେରବାଲ ଓ ଶ୍ରୀନଗର ଜିଲାରୁ ଜଣେ ଲେଖାଏ ସ୍ବାଧୀନ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ଜିତିଥିଲେ। ଲଦାଖରେ ସର୍ବାଧିକ ୨୦ ବ୍ଲକରେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିଲାବେଳେ ୧୧ଟି ବ୍ଲକ ଭାଜପା ହାତକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri