ବଡ଼ସାହିରେ ସର୍ବାଧିକ,ବିଜାତଳାରେ ସର୍ବନିମ୍ନ ବର୍ଷା: ବିଦ୍ୟାଳୟ ଛୁଟି

ବାରିପଦା ଅଫିସ,୨୫।୧୦: ମୟୂରଭଞ୍ଜ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ୁଛି। ଜିଲାର ବଡ଼ସାହିରେ ଶୁକ୍ରବାର ସୁଦ୍ଧା ସର୍ବାଧିକ ୧୦୮ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ବିଜାତଳାରେ ସର୍ବନିମ୍ନ ୨୫ ମିମି ବର୍ଷା ରେକର୍ଡ ହୋଇଛି। ତେବେ ବର୍ଷାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ କରିବାକୁ ଜିଲାପାଳ ବିନିତ ଭରଦ୍ୱାଜ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ସମସ୍ତ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟ ସମେତ ବିଭିନ୍ନ ବିଦ୍ୟାଳୟକୁ ବନ୍ଦ ରଖିବା ପାଇଁ ଜିଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା କୌଣସିଠାରେ ନଦୀ ଜଳ ବିପଦ ସଙ୍କେତ ପାର କରି ନ ଥିବା ଜିଲା ଜରୁରୀ ଅଧିକାରୀ ଜଣାଇଛନ୍ତି।
ସୂଚନାନୁଯାୟୀ, ଗୁରୁବାର ସକାଳ ୮ ଟାରୁ ଶୁକ୍ରବାର ସକାଳ ୮ଟା ମଧ୍ୟରେ ମୋରଡ଼ାରେ ୭୩ ମିମି, ରାସଗୋବିନ୍ଦପୁରରେ ୭୮ମିମି, କୁଳିଅଣାରେ ୬୭ ମିମି, ସାରସକଣାରେ ୪୫ମିମି, ଶୁଳିଆପଦାରେ ୪୪.୩ ମିମି, ବାଙ୍ଗିରିପୋଷିରେ ୬୫.୨ମିମି, ବାରିପଦାରେ ୬୫ମିମି, ଖୁଣ୍ଟାରେ ୯୦.୪ମିମି, ଗୋପବନ୍ଧୁନଗରରେ ୯୦.୪ମିମି, ଉଦଳାରେ ୧୦୦.୨ମିମି, କପ୍ତିପଦାରେ ୭୮ମିମି, ବିଶୋଇରେ ୩୪ମିମି, ବିଜାତଳାରେ ୨୫ ମିମି, ରାଇରଙ୍ଗପୁରରେ ୪୨ମିମି, କୁସୁମିରେ ୪୨ମିମି, ଜାମଦାରେ ୫୪ମିମି , ବହଲଦାରେ ୪୨.୨ମିମି, ତିରିଂରେ ୫୫.୨ମିମି, ଯଶିପୁରରେ ୩୮.୯ମିମି, କରଞ୍ଜିଆରେ ୪୪ମିମି, ଠାକୁରମୁଣ୍ଡାରେ ୩୪ମିମି, ଶୁକୃଳୀରେ ୩୯ମିମି, ରରୁଆଁରେ ୪୨ମିମି, ଶାମାଖୁଣ୍ଟାରେ ୪୪ମିମି, ବଡସାହିରେ ୧୦୮ମିମି ଓ ବେତନଟିରେ ୭୮ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri