ରେକର୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରୀତା, ଜିତିବାର ଶ୍ରେୟ ସଭାପତିଙ୍କୁ ଦେଲେ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବଡ଼ ବ୍ୟବଧାନରେ ବିଜୟ ହାସଲ କରି ରାଜ୍ୟରେ ରେକର୍ଡ ସୃଷ୍ଟି କରିଛନ୍ତି ବିଜେଡି ପ୍ରାର୍ଥୀ ରୀତା ସାହୁ। ଏହି ବିଜୟ ପରେ ରୀତା ଶୁକ୍ରବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ତାଙ୍କ ସହ ନିର୍ବାଚନରେ ସାମିଲ ହୋଇଥିବା ଦଳର ଶତାଧିକ ମହିଳା କର୍ମୀ ମଧ୍ୟ ନବୀନଙ୍କୁ ଭେଟିଛନ୍ତି। ଏହି ଅବସରରେ ନିଜର ବିଜୟର ଶ୍ରେୟ ଦଳର ସଭାପତିଙ୍କୁ ଦେଇଛନ୍ତି। ସେ କହିଛନ୍ତି, ବିଜେପୁରବାସୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟ ଦେଇଛନ୍ତି। ଆଗାମୀ ଦିନରେ ସେ ବିଜେପୁରର ସର୍ବାଙ୍ଗୀନ ବିକାଶ ଉପରେ ନଜର ରଖିବେ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ୧୪ଟି ଟେବୁଲରେ ୨୧ ରାଉଣ୍ଡ ଭୋଟ ଗଣତି ହୋଇଥିବା ବେଳେ ସବୁଥିରେ ରୀତା ଆଗରେ ରହିଥିଲେ। ଗଣତି ଶେଷ ହେବା ପରେ ତାଙ୍କ ପକ୍ଷରେ ୧ ଲକ୍ଷ ୩୫ ହଜାର ୯୫୭ ଖଣ୍ଡ ଭୋଟ ପଡ଼ିଥିଲା। ଯାହାକୁ ନେଇ ସେ ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କଠାରୁ ୯୭,୯୯୦ ଭୋଟରେ ଆଗୁଆ ରହି ବିଜୟ ହାସଲ କରିଥିଲେ। ତେବେ ରୀତା ପାଇଥିବା ଭୋଟ ସମୁଦାୟ ମତଦାନର ୭୩.୮୭ ପ୍ରତିଶତ ଥିଲା। ବିଜେଡି ପୂର୍ବରୁ ୨ଟି ନିର୍ବାଚନରେ ଜିତିଥିଲେ ସୁଦ୍ଧା ଏତେ ସଂଖ୍ୟକ ଭୋଟ୍‌ ହାତେଇବାରେ ସକ୍ଷମ ହୋଇ ନ ଥିଲା। ଶେଷରେ ରୀତା ବୃହତ୍‌ ବିଜୟ ସହ ଦଳ ପାଇଁ ହାଟ୍ରିକ୍‌ ବିଜୟ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଞ୍ଚଳିକ ସମସ୍ୟା ପ୍ରତି ବିତୃଷ୍ଣାର ପ୍ରତିଫଳନ ନୋଟା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)ଦେଶରେ ଭୋଟଦାନ ଚାଲିଛି। ଏଭଳି ସମୟରେ ପ୍ରାର୍ଥୀଙ୍କ ବିଷୟରେ ଯେଭଳିି ଚର୍ଚ୍ଚା ହେଉଛି ନୋଟା (ନନ୍‌ ଅଫ୍‌ ଦି ଏବଭ) ମଧ୍ୟ ଆଲୋଚନା...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ...

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ...

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri