ଭବାନୀପାଟଣା,୨୫।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏଏନ୍ଏମ୍ କାଉନସିଲିଂ କେନ୍ଦ୍ରରେ ଗୁରୁବାର ନୂତନ ଛାତ୍ରୀମାନଙ୍କ କାଉନସିଲିଂ ଚାଲିଥିବା ବେଳେ ନିଖିଳ ଓଡ଼ିଶା ଅଣନିଯୁକ୍ତ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲାରେ ୧୭ ହଜାରରୁ ଅଧିକ ତାଲିମପ୍ରାପ୍ତ ଏଏନ୍ଏମ୍ ରହିଛି। ମାତ୍ର ସେମାନଙ୍କ ସମସ୍ୟା ସମ୍ପର୍କରେ ବାରମ୍ବାର ସ୍ବାସ୍ଥ୍ୟ ସଚିବ ଓ ନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରାଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ ନିଯୁକ୍ତି ପ୍ରଦାନ କରାଯାଇ ନାହିଁ। ଏଭଳି ସ୍ଥିତିରେ ପୁନଃ କାଉନସିଲିଂ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ଦୁର୍ଭାଗ୍ୟଜନକ ବୋଲି ସେମାନେ କହିଛନ୍ତି। ତେଣୁ ରାଜ୍ୟ ସରକାର ପଦ ସୃଷ୍ଟିକରି ସମସ୍ତ ତାଲିମପ୍ରାପ୍ତ ଏଏନ୍ଏମ୍ ଛାତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଦାବି କରିଛନ୍ତି। ନଚେତ ଆଗାମୀ ଦିନରେ ଏଏନ୍ଏମ୍ ତାଲିମପ୍ରାପ୍ତ ଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇବା ସହିତ ସମସ୍ତ ନୋଡାଲ କାଉନସିଲିଂ ସେଣ୍ଟରରେ ତାଲା ପକାଇବାକୁ ଚେତାବନୀ ଦେଇଛନ୍ତି। ଏଥିରେ ଦୀପ୍ତିମୟୀ ଦୀପ, ସୁପ୍ରିୟା ଦାସ, ବୀଣା ମାଝୀ, ସଙ୍ଗୀତା ବେନିଆ ପ୍ରମୁଖ ସାମିଲ ହୋଇଥିଲେ।
ତାଲିମପ୍ରାପ୍ତ ଏଏନ୍ଏମ୍ ଛାତ୍ରୀଙ୍କୁ ନିଯୁକ୍ତି ଦାବି: ନୋଡାଲ କାଉନସିଲିଂ ସେଣ୍ଟରରେ ତାଲା ପକାଇବାକୁ ଚେତାବନୀ
Posted inଆମ ଜିଲା ଖବର, କଳାହାଣ୍ଡି View All
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
Archives


