ମନ୍ତ୍ରୀ ପଦ ପାଇଁ ପୂଜାପାଠ

ଭୋଗରାଇ, ୨୫।୫(ଡି.ଏନ.ଏ.)-ନିର୍ବାଚନ ଫଳାଫଳ ଘୋଷଣା ପରେ ଉଭୟ ଭାଜପା ଓ ବିଜେଡିର ବିଜେତା ପ୍ରାର୍ଥୀଙ୍କୁ ମନ୍ତ୍ରୀପଦ ମିଳିବା ନେଇ ଦଳୀୟ କର୍ମୀଙ୍କୁ ଚିନ୍ତା ଘାରିଛି। ଭାଜପା ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଲୋକସଭା ଆସନରୁ ନିର୍ବାଚିତ ହେବା ପରେ ଦଳୀୟ କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ସେମାନେ କମର୍ଦ୍ଦା ଓ ଅନ୍ୟ ସ୍ଥାନରେ ବିଜୟ ଦିବସ ପାଳନ କରିବା ସହ ପ୍ରତାପ କେନ୍ଦ୍ରରେ ମୋଦିଙ୍କ ନୂଆ ସରକାରରେ ଯେଭଳି ମନ୍ତ୍ରୀ ପଦ ପାଇବେ ସେଥିଲାଗି କର୍ମୀମାନେ ମନ୍ଦିରରେ ପୂଜା ପାଠ କରିଛନ୍ତି। ଅନୁରୂପ ଭାବେ ବାଲେଶ୍ୱର ଜିଲା ଭୋଗରାଇ ବିଧାନସଭା ଆସନ ବିଜୟୀ ବିଜେଡି ପ୍ରାର୍ଥୀ ଅନନ୍ତ ଦାସଙ୍କ ସମର୍ଥକମାନେ ବିଭିନ୍ନ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିବା ଜଣାପଡିଛି। ନିର୍ବାଚନ ଫଳାଫଳ ଘୋଷଣା ପରେ ରାଜ୍ୟରେ ନୂତନ ସରକାର ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତଫା ଦେଇଛନ୍ତି। ଏଥିଲାଗି ପୂର୍ବ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ମଧ୍ୟ ଇସ୍ତଫା ପ୍ରଦାନ କରିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ବିଜେଡିର ବରିଷ୍ଠ ନେତା ଅନନ୍ତ ମନ୍ତ୍ରୀପଦ ପାଇଥିଲେ। ଏଥର ସେ ଭୋଗରାଇ ଆସନରୁ ୪ର୍ଥ ଥର ନିର୍ବାଚିତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ତାଙ୍କ ସମର୍ଥକମାନେ ଉତ୍ସାହିତ ହୋଇ ଶନିବାର ଭୋଗରାଇର ବିଭିନ୍ନ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ସ୍ଥାନୀୟ ସୋହରିଆ ପଞ୍ଚାୟତର ବହୁ ନେତା ଓ କର୍ମୀ ଦେହୁର୍ଦ୍ଦାସ୍ଥିତ ହନୁମାନ ମନ୍ଦିରରେ ଏକାଠି ହୋଇ ପୂଜାପାଠ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

୨୦୨୬ ଆରମ୍ଭରୁ ୪ ଅଦ୍ଭୁତ ରାଜଯୋଗ: ଏସବୁ ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ସଫଳତା ସହ ଅପାର ଧନଲାଭ…

ଆଉ ଦୁଇ ସପ୍ତାହ ପରେ ଆସିବ ନୂଆବର୍ଷ ୨୦୨୬। ଏହାକୁ ନେଇ ଏବେଠାରୁ  ଉତ୍କଣ୍ଠା ବଢ଼ିବାରେ ଲାଗିଲାଣି। ଏମିିତିରେ ଜ୍ୟୋତିଷମାନେ ମଧ୍ୟ ନୂଆ ବର୍ଷ କାହାପାଇଁ...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri