ସମୁଦ୍ର ମଝିରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ମତ୍ସ୍ୟଜୀବୀ ଉଦ୍ଧାର

ମହାକାଳପଡ଼ା, ୨୬।୧୦ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ଏକ ଇଞ୍ଜିନ୍‌ଚାଳିତ ଡଙ୍ଗା ଶୁକ୍ରବାର ଅପରାହ୍ନରେ ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲା। ଡଙ୍ଗାରେ ଥିବା ୪ ଜଣ ମତ୍ସ୍ୟଜୀବୀଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟଜଣେ ମତ୍ସ୍ୟଜୀବୀ ତଥା ଡଙ୍ଗା ମାଲିକ ଦାସପଡ଼ାର ତପନ ଦାସ (୪୦) ନିଖୋଜ ଥିଲେ। ତେବେ ଶନିବାର ସ୍ଥାନୀୟ ମତ୍ସ୍ୟଜୀବୀ ଚଟକା ମୁହାଣ ନିକଟରେ ତାଙ୍କ ମୃତଦେହ ପଡ଼ିଥିବା ଦେଖି ଜମ୍ବୁ ମେରାଇନ୍‌ ଥାନାକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।
ଉଲ୍ଲେଖଯୋଗ୍ୟ, ଶୁକ୍ରବାର ମଧ୍ୟାହ୍ନରେ ମତ୍ସ୍ୟଜୀବୀମାନେ ଡଙ୍ଗା ନେଇ ମାଛ ମାରିବାକୁ ଯାଇଥିଲେ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉଚ୍ଚ ଜୁଆର ଥିବାରୁ ହୁକିଟୋଲା-ଚଟକା ମୁହାଣ ନିକଟରେ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲା। ସମସ୍ତ ମତ୍ସ୍ୟଜୀବୀ କିରୋସିନ ଜାର୍‌ ଧରି ପହଁରୁ ଥିବା ବେଳେ ତପନଙ୍କ ହାତରୁ ଜାର୍‌ ଖସିଯିବା ଯୋଗୁ ସେ ପାଣିରେ ବୁଡ଼ି ଯାଇଥିଲେ। ଅନ୍ୟ ଏକ ବୋଟ୍‌ରେ ମାଛ ମାରିବାକୁ ଯାଇଥିବା ମତ୍ସ୍ୟଜୀବୀ ନିମାଇଁ ମଣ୍ଡଳ ୩ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା...

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି।...

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri