ହଷ୍ଟେଲ ଛାତରୁ ଡେଇଁଲେ ଛାତ୍ରୀ

ଦିଗପହଣ୍ଡି,୨୭ା୧୦(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ହଷ୍ଟେଲ ଛାତରୁ ଜଣେ ୯ମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତ ରାତିରେ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଡାହାଣ ଗୋଡ଼ ଭାଙ୍ଗି ଯାଇଛି। ବହୁ କଷ୍ଟରେ ହଷ୍ଟେଲ ପାଖରେ ଥିବା ଜଣେ ବ୍ୟକ୍ତିଙ୍କ ଘରେ ପହଞ୍ଚତ୍ଥିଲେ। ଖବର ପ୍ରଚାରିତ ହେବା ପରେ ସାହିବାସିନ୍ଦା ହଷ୍ଟେଲରେ କୌଣସି ଘଟଣା ଘଟିଥିବା ସନ୍ଦେହ କରି ଗ୍ରାମବାସୀଙ୍କ ସହାୟତାରେ ରାସ୍ତାରେ ଟାୟାର ଜାଳି ସକାଳ ସାଢ଼େ ୭ରୁ ୯ଟା ଯାଏ ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ପୋଲିସ ସହ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତେଜିତ ଲୋକଙ୍କୁ ବୁଝାଶୁଝା
କରିବା ପରେ ଅବରୋଧ ହଟିଥିଲା।
ପ୍ରକାଶ ଯେ, ପାରଳାଖେମୁଣ୍ଡି ଅଞ୍ଚଳର ଜଣେ ଛାତ୍ରୀ ଉକ୍ତ ହଷ୍ଟେଲରେ ରହି ପଢୁଛନ୍ତି। ଆସନ୍ତା ୩ ତାରିଖରେ ତାଙ୍କ ଜନ୍ମଦିନ। ଦେହ ଭଲ ନ ଥିବାରୁ ସେ ଘରକୁ ଯିବା ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ କହିଥିଲେ। କିନ୍ତୁ ଛୁଟି ନ ଦେବାରୁ ଏଭଳି ନିଷ୍ପତ୍ତି ନେଇଥିବା ଛାତ୍ରୀ ଜଣକ ପୋଲିସକୁ କହିଛନ୍ତି। ଛାତ୍ରୀଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସନ୍ଧ୍ୟାରେ ତହସିଲଦାର, ବିଡିଓ ହଳଧର ଶବର, ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା, ଥାନାଧିକାରୀ ବସନ୍ତ କୁମାର ସେଠୀ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ପହଞ୍ଚତ୍ ଛାତ୍ରୀଙ୍କ ମା’ ଓ ଶିକ୍ଷାନୁଷ୍ଠାନ ପରିଚାଳନା କମିଟି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ପରେ ହଷ୍ଟେଲ କୋଠାକୁ ଯାଇ ସବିଶେଷ ତଦନ୍ତ କରି ଫେରିଛନ୍ତି। ଶିକ୍ଷାନୁଷ୍ଠାନ ପରିଚାଳନାରେ ଗୁରୁତର ଅନିୟମିତତା କରାଯାଉଥିବା ଜନସାଧାରଣ କହିିବା ସହ ତଦନ୍ତ ପାଇଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ସମସ୍ତ ଅଭିଯୋଗକୁ ଶିକ୍ଷାନୁଷ୍ଠାନ ପରିଚାଳନା କର୍ତ୍ତୃପକ୍ଷ ମାନଗଢା ଓ
ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri