Posted inରାଜ୍ୟ

ପଦୋନ୍ନତି ସମ୍ପର୍କିତ ତ୍ରୁଟି ସଂଶୋଧିତ: ଉପକୃତ ହେବେ ୧୫୪ ୟୁଆର୍‌, ୨୭ ଏସ୍‌ସି, ୪୦ ଏସ୍‌ଟି କର୍ମଚାରୀ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସଂଖ୍ୟାଧିକ ଉପବିଭାଗ ଅଧିକାରୀ(ଏସ୍‌ଓ)ଙ୍କର ଡେସ୍କ ଅଫିସର(ଡିଓ) ପଦବୀକୁ ପଦୋନ୍ନତି ହେବ। ଏ ସମ୍ପର୍କିତ ଏକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ପଦୋନ୍ନତି ନେଇ ଦେଖାଦେଇଥିବା କେତେକ ତ୍ରୁଟି ଇତି ମଧ୍ୟରେ ସଂଶୋଧନ କରାଯାଇଥିବା ଜଣାପଡିଛି। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ହସ୍ତକ୍ଷେପ ପରେ ଗୃହ ବିଭାଗ ଆବଶ୍ୟକ ସଂଶୋଧନକୁ ଅନୁମୋଦନ କରିଛିି। ଏହି ସଂଶୋଧିତ ଏବଂ ତ୍ରୁଟିମୁକ୍ତ ସୁପାରିସ କାର୍ଯ୍ୟକାରୀ ହେଲେ ୧୫୪ ସାଧାରଣବର୍ଗ(ୟୁଆର), ୨୭ ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ୪୦ ଅନୁସୂଚିତ ଜନଜାତି(ଏସ୍‌ଟି) ବର୍ଗର କର୍ମଚାରୀ ଚଳିତ ବର୍ଷ ଶେଷସୁଦ୍ଧା ପଦୋନ୍ନତି ପାଇବେ।

ଉଲ୍ଲେଖଯୋଗ୍ୟ, ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ଅଧ୍ୟକ୍ଷତାରେ ବସିଥିବା ବିଭାଗୀୟ ପଦୋନ୍ନତି କମିଟି(ଡିପିସି) ବୈଠକରେ ଏସ୍‌ସି ବର୍ଗର ଏସ୍‌ଓଙ୍କର ଅଣସଂରକ୍ଷିତ ପଦବୀ ବିପକ୍ଷରେ ଡେସ୍କ ଅଫିସର ପଦବୀକୁ ପଦୋନ୍ନତି ପାଇଁ ସୁପାରିସ କରାଯାଇଥିଲା। ହେଲେ ଏହା ପୂର୍ବରୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଦିଆଯାଇଥିବା ଏକ ରାୟର ବିରୁଦ୍ଧାଚରଣ କରୁଥିଲା। ଏହାକୁ ନେଇ କର୍ମଚାରୀଙ୍କ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ବିଶେଷକରି ସାଧାରଣ ବର୍ଗର କର୍ମଚାରୀ ଏ ନେଇ ସଚିବଙ୍କୁ ଭେଟି ପଦୋନ୍ନତି ସମ୍ପର୍କିତ ନଥିପତ୍ର ଯାଞ୍ଚ କରିବା ସହ ନିଷ୍ପତ୍ତିର ପୁନର୍ବିଚାର ପାଇଁ କହିଥିଲେ। ଏହା ପରେ ସୁପାରିସ କରାଯାଇଥିବା ପ୍ରସ୍ତାବ ତ୍ରୁଟିପୂର୍ଣ୍ଣ ବୋଲି ଜଣାଯାଇଥିଲା। ତେଣୁ ଗୃହ ସଚିବଙ୍କ ଦ୍ୱାରା ଉକ୍ତ ତ୍ରୁଟିର ସଂଶୋଧନ କରାଯାଇଛି। ଡିପିସି ବୈଠକ ବେଳେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା କରାଯାଇଥିଲା। ଏପରି କି ଶୁକ୍ରବାର ଏବଂ ଶନିବାର ସଚିବାଳୟ ପରିସରରେ କେତେଜଣ ପୋଲିସ ଅଧିକାରୀଙ୍କୁ ମୁତୟନ କରାଯାଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri