ଦୋଳାରେ ୪ କିମି ବୁହାହୋଇ ଡାକ୍ତରଖାନା ଗଲେ ବଜ୍ରପାତରେ ଆହତ ୨ ନାବାଳକ

ଦଶମନ୍ତପୁର,୨୮ା୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତ ସଲପଗୁଡ଼ା ଗ୍ରାମରେ ରବିବାର ଗାଇ ଚରାଇବାକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଛନ୍ତି ଦୁଇ ଜଣ ନାବାଳକ। ସେମାନେ ହେଲେ ସଲପଗୁଡ଼ା ଗ୍ରାମର ମସୁରୀ ମୁଦୁଲିଙ୍କ ପୁଅ ଜଗ ମୁଦୁଲି (୧୭) ଓ କେଶରୀ ମୁଦୁଲିଙ୍କ ଭଣଜା ରମେଶ ଜାନି (୧୮)। ଏହି ଦୁଇଜଣ ଗାଁ ନିକଟସ୍ଥ ଟାଙ୍ଗରୀମାଳିକୁ ଅପରାହ୍ନରେ ଗାଇ ଚରାଇବାକୁ ଯାଇଥିଲେ। ୨ଟା ବେଳେ ବଜ୍ରପାତ ହେବାରୁ ସେଥିରେ ଦୁହେଁ ଅଚେତ୍‌ ହୋଇପଡ଼ିଥିଲେ। ଗାଁଲୋକେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଗୋବର ଲଗାଇଥିଲେ। ପରେ ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା। ରାସ୍ତା ଖରାପ ସାଙ୍ଗକୁ ବାଟରେ ରୋକାଟ ନଦୀ ପଡୁଥିବାରୁ ବୁଲାଣି ରାସ୍ତାରେ ଆହତ ନାବାଳକଙ୍କୁ ଦୋଳାରେ ପ୍ରାୟ ୪ କିମି ପେଡ଼ିସିଲ ଯାଏ ବୋହି ନେଇଥିଲେ ଗାଁର ଅନୀ ଜାନୀ, ଭାଗିରଥୀ ମୁଦୁଲି, ରାମ କୁଲେସିକା, ଅଜୁ ସାଉନ୍ତା, ରାଜେନ୍ଦ୍ର ହିକ୍‌କା, ନିର୍ମଳ ସାଉନ୍ତା। ପେଡିସିଲରୁ ଗାଁର ରାମ ଜାନୀ ଓ ଜଣେ ଖବରଦାତା ବାଇକରେ ନାବାଳକ ଦୁହିଁଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ଜିଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ତହସିଲଦାର ଅଜୟ ପ୍ରକାଶ ତିର୍କି କହିଛନ୍ତି, ଆର୍‌ଆଇଙ୍କୁ ପଠାଇ ତଦନ୍ତ ପରେ ସହାୟତା ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri