ବସ୍‌ ଧକ୍କାରେ ଗୋରୁ ମୃତ, ଆଇଟିଆଇ ଛାତ୍ର ଆହତ, ଉତ୍ୟକ୍ତ ଛାତ୍ରଙ୍କ ରାସ୍ତାରୋକୋ

ହିଞ୍ଜିଳିକାଟୁ, ୨୮।୧୦(ଡି.ଏନ୍‌.ଏ)-ପୋଚିଲିମା ଛକ ନିକଟ ଜାତୀୟ ରାଜପଥରେ ସୋମବାର ସନ୍ଧ୍ୟାରେ ଏକ ବସ୍‌ ଧକ୍କା ଦେବାରୁ ଗୋଟିଏ ଗୋରୁର ମୃତ୍ୟୁ ଘଟିଥିବା ବେଳେ ଜଣେ ଆଇଟିଆଇ ଛାତ୍ର ଆହତ ହୋଇଛନ୍ତି। ସେ ହେଲେ ଉତ୍ତମ କୁମାର ଗୌଡ଼। ବସ ଚାଳକଙ୍କ ବେପରୁଆ ଚାଳନା ପ୍ରତିବାଦରେ ଆଇଟିଆଇ ଛାତ୍ର ପ୍ରାୟ ଅଧଘଣ୍ଟା ଯାଏ ଜାତୀୟ ରାଜପଥ ନଂ.୫୯କୁ ଅବରୋଧ କରିଥିଲେ। ସ୍ଥାନୀୟ ପୋଲିସ ପହଞ୍ଚତ୍ ଉତ୍ୟକ୍ତ ଛାତ୍ରଙ୍କୁ ବୁଝାଶୁଝା କରିବା ପରେ ଅବରୋଧ ହଟିଥିଲା।
ପ୍ରକାଶ ଯେ, ସନ୍ଧ୍ୟାରେ ପୋଚିଲିମାସ୍ଥିତ ହିଞ୍ଜିଳିକାଟୁ ସରକାରୀ ଆଇଟିଆଇର ଛାତ୍ର ଉତ୍ତମ ଏକ ବାଇକ୍‌ରେ କଲେଜରୁ ନିଜ ଗ୍ରାମ ଶ୍ରଦ୍ଧାପୁରକୁ ଯାଉଥିଲେ। ଏହି ସମୟରେ ବିପରିତ ଦିଗରୁ ଆସୁଥିବା ସିଟିବସ ପୋଚିଲିମା ଛକ ନିକଟରେ ପ୍ରଥମେ ଏକ ଗୋରୁକୁ ରାସ୍ତା ପାର୍ଶ୍ୱରେ ଧକ୍କା ଦେଇଥିଲା। ପରେ ଭାରସାମ୍ୟ ହରାଇ ବାଇକ୍‌କୁ ପଛରୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ ଆରୋହୀ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉତ୍ତମଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ପୋଲିସ ଦୁର୍ଘଟଣାଗ୍ରସ୍ତ ବସ ଓ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ 

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri