ଅମରେଶ ହତ୍ୟା ଘଟଣା: ସ୍ପେଶାଲ ସ୍କ୍ବାଡ୍‌ ନେତୃତ୍ୱରେ ଗଠନ ହେଲା ଟିମ୍‌

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ରବିବାର ରାତିରେ ଅମରେଶ ନାୟକଙ୍କୁ ଭୁଜାଲିରେ ହାଣି ମୁଣ୍ଡକୁ ଛେଚି ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ୪୮ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ହତ୍ୟାକାରୀଙ୍କୁ ଗିରଫ କରିପାରିନି। ସେମାନଙ୍କୁ ଧରିବା ପାଇଁ ସ୍ପେଶାଲ ସ୍କ୍ବାଡ୍‌ ନେତୃତ୍ୱରେ ଏକ ୬ଜଣିଆ ଟିମ୍‌ ଗଠନ କରାଯାଇଛି। ମଙ୍ଗଳବାର ରାତିରେ ଏହି ଟିମ୍‌ ୩ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପକ୍ଷରେ ଥାନା ଅଧିକାରୀଙ୍କ ତଦନ୍ତକୁ ନେଇ ଅମରେଶଙ୍କ ସାଙ୍ଗ ଓ ସହଯୋଗୀମାନେ ଅସନ୍ତୋଷ ପ୍ରକାଶ କରି ତଦନ୍ତ ଅଧିକାରୀ ବଦଳାଇବାକୁ ଦାବି କରିଛନ୍ତି। ସେମାନେ ସନ୍ଧ୍ୟା ପ୍ରାୟ ୬ଟା ୪୫ରେ କ୍ୟାଣ୍ଡେଲ ଜଳାଇ ଶୋଭାଯାତ୍ରାରେ ଆସି ଏୟାରଫିଲ୍ଡ ଥାନା ଘେରାଉ କରି ନାନା ସ୍ଲୋଗାନ ଦେଇଥିଲେ। ପୋଲିସ ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରୁ। ଥାନାରେ ଅଭିଯୋଗ କରିଥିବା ଅମରେଶଙ୍କ ସାଙ୍ଗଙ୍କ ଜୀବନ ପ୍ରତି ବିପଦ ରହିଥିବାରୁ ତାଙ୍କୁ ସୁରକ୍ଷା ଦିଆଯାଉ ବୋଲି ସେମାନେ ଦାବି କରିଥିଲେ। ଜୋନ୍‌ ଏସିପି ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ସେମାନଙ୍କୁ ବୁଝାଶୁଝା କରି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସ୍ଥିତି ସ୍ବାଭାବିକ ହୋଇଥିଲା।
ଏନେଇ ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ କହିଛନ୍ତି, ହତ୍ୟାକାରୀମାନେ ଫେରାର ଥିବାରୁ ସେମାନଙ୍କୁ ଧରିବା ପାଇଁ ସ୍ପେଶାଲ ସ୍କ୍ବାଡ୍‌ ନେତୃତ୍ୱରେ ଗଠିତ ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ଖୁବ୍‌ଶୀଘ୍ର ହତ୍ୟାକାରଙ୍କୁ ଗିରଫ କରାଯିବ ବୋଲି ସେ କହିଛନ୍ତି।

ଭୟରେ ଦୁଇଗୋଷ୍ଠୀ ସଦସ୍ୟଙ୍କ ପରିବାର
ପୂର୍ବ ଶତ୍ରୁତାକୁ ନେଇ ଅମରେଶଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ତେବେ ଘଟଣା ପରଠାରୁ ଦୁଇ ଗୋଷ୍ଠୀ ମଧ୍ୟରେ ପୁଣି ମୁହାଁମୁହିଁ ହେବାର ଆଶଙ୍କା ରହିଛି। ବିଶେଷକରି ଅମରେଶ ଗୋଷ୍ଠୀ ପ୍ରତିଶୋଧ ନେବାକୁ ଯୋଜନା କରୁଥିବାବେଳେ ଅପରଗୋଷ୍ଠୀର ସଦସ୍ୟଙ୍କ ପରିବାରରେ ଚିନ୍ତା ବଢ଼ିଛି। କୌଣସି ମୁହୂର୍ତ୍ତରେ ସେମାନଙ୍କ ପୁଅ କିମ୍ବା ପରିବାର ସଦସ୍ୟ ଉପରେ ଆକ୍ରମଣ ହୋଇପାରେ ବୋଲି ଆଶଙ୍କା କରି ଭୟଭୀତ ଅବସ୍ଥାରେ ରହୁଛନ୍ତି। କାରଣ ଅମରେଶଙ୍କ ମୃତଦେହ ବ୍ୟବଚ୍ଛେଦ ସମୟରେ ତାଙ୍କ ସହଯୋଗୀମାନେ ମଧ୍ୟ ପ୍ରତିଶୋଧ ନେବାକୁ କହୁଥିବା ଶୁଣିବାକୁ ମିଳିଥିଲା। ଏଭଳି ପରିସ୍ଥିତିରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହୁଥିବାରୁ ପୋଲିସ ଏହା ଉପରେ କଡ଼ା ନଜର ରଖିଛି।
ହତ୍ୟା ପଛରେ ରାଜନୈତିକ କାରଣ
ଏବେ ବି ଅମରେଶ ହତ୍ୟାକୁ ନେଇ ନାନା ଚର୍ଚ୍ଚା ଚାଲିଛି। ହତ୍ୟା ପଛରେ ରାଜନୈତିକ କାରଣ ଥିବା କୁହାଯାଉଛି। ଅମରେଶ ଜଣେ ନେତାଙ୍କ ସହଯୋଗରେ ଆଗକୁ ବଢୁଥିଲେ। ତାଙ୍କ ଘର ଅନ୍ୟ ଅଞ୍ଚଳରେ ହୋଇଥିଲେ ମଧ୍ୟ ସେ ଖଣ୍ଡୁଆଳ ଛକ ନିକଟରେ ରହି ଅନ୍ୟମାନଙ୍କୁ ଡରାଇ ରଖୁଥିଲେ। ଏହାକୁ ସ୍ଥାନୀୟ ନେତାମାନେ ସହଜରେ ହଜମ କରିପାରୁ ନ ଥିଲେ। ସେମାନେ ଅମରେଶଙ୍କୁ ମାରିବା ପାଇଁ ପ୍ରତିପକ୍ଷ ଗୋଷ୍ଠୀକୁ ଅସ୍ତ୍ର କରିଥାଇପାରନ୍ତି ବୋଲି ଅମରେଶଙ୍କ ଜଣେ ସାଙ୍ଗ ନାମ ଗୋପନ ରଖି କହିଛନ୍ତି। ଅନ୍ୟପକ୍ଷରେ ଦେଖିବାକୁ ଗଲେ ଅମରେଶଙ୍କ ବାପା ଜଣେ ବ୍ୟାଙ୍କ୍‌ ମ୍ୟାନେଜର ହୋଇଥିବାରୁ ଅର୍ଥର ଅଭାବ ନ ଥିଲା। ସେ ପରିବାର ଲୋକଙ୍କୁ ନ ମାନି ବହୁ ଅପରାଧରେ ସମ୍ପୃକ୍ତ ଥିଲେ। ତାଙ୍କ ନାମରେ ୨୨ରୁ ଊର୍ଦ୍ଧ୍ୱ ମାମଲା ଏୟାରଫିଲ୍ଡ ଥାନାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

First Banknote: କେଉଁ ଦେଶରେ ତିଆରି ହୋଇଥିଲା ବିଶ୍ୱର ପ୍ରଥମ ନୋଟ୍, ଜାଣନ୍ତୁ କିଏ …

ଆଜିକା ସମୟରେ ଯେତେବେଳେ ଆମେ ଟଙ୍କା ବିଷୟରେ ଚିନ୍ତା କରୁ, କାଗଜ ମୁଦ୍ରା ବହୁତ ସାଧାରଣ ମନେହୁଏ। କିନ୍ତୁ ଧାତୁ ମୁଦ୍ରା ବଦଳରେ କାଗଜ ବ୍ୟବହାର...

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri