ସୁପ୍ରିମକୋର୍ଟ, ବିସିଆଇଙ୍କ ତାଗିଦ୍‌ ସତ୍ତ୍ୱେ ଓଡ଼ିଶା ହାଇକୋର୍ଟ ବାର୍‌ ସଭାପତି କହିଲେ ଦାବି ପୂରଣ ନ ହେବାଯାଏ ଆନ୍ଦୋଳନ

କଟକ ଅଫିସ,୩୦ା୧୦:ବିଭିନ୍ନ ଦାବି ନେଇ ପ୍ରାୟ ୨ମାସ ହେବ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଏକ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା। ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟ ଏବଂ ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ଓଡ଼ିଶା ହାଇକୋର୍ଟ ବାର୍‌ ସମେତ ୬୮ଟି ବାର୍‌ ଆସୋସିଏଶନକୁ ଆନ୍ଦୋଳନରୁ ଓହରିଯିବାକୁ ଚରମବାଣୀ ଶୁଣାଇଛନ୍ତି। ମାତ୍ର ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ଆନ୍ଦୋଳନ ଜାରି ରଖିବ ବୋଲି ସଭାପତି ଗୋପାଳକୃଷ୍ଣ ମହାନ୍ତି ମଙ୍ଗଳବାର କହିଛନ୍ତି। ଏ ନେଇ ଦେଶର ପ୍ରମୁଖ ବାର୍‌ ଆସୋସିଏଶନ ସହ ଯୋଗାଯୋଗ କରାଯାଉଛି। ଆସନ୍ତା ୧ ତାରିଖରେ ହେବାକୁ ଥିବା ଆସୋସିଏଶନର ସାଧାରଣ ପରିଷଦ ବୈଠକରେ ସୁପ୍ରିମକୋର୍ଟ ଏବଂ ବିସିଆଇ ଚିଠିକୁ ନେଇ ଆଲୋଚନା କରାଯାଇ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର ହେବ ବୋଲି ସେ କହିଛନ୍ତି।
ପ୍ରକାଶଥାଉ କି, କଲେଜିୟମ ବ୍ୟବସ୍ଥାରେ ସୁଧାର, ନ୍ୟାଶନାଲ ଜୁଡ଼ିସିଆଲ୍‌ ଆପଏଣ୍ଟମେଣ୍ଟ କମିଶନଙ୍କ ଦ୍ୱାରା ହାଇକୋର୍ଟ ବିଚାରପତି ନିଯୁକ୍ତି, ଓଡ଼ିଶା ହାଇକୋର୍ଟ ଏବଂ ନିମ୍ନ ଅଦାଲତରେ ଖାଲି ପଡ଼ିଥିବା ବିଚାରପତି ପଦବୀ ପୂରଣ ଆଦି ଦାବି ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ଆନ୍ଦୋଳନ ଚାଲିଛି। ଆସୋସିଏଶନ ପକ୍ଷରୁ ପ୍ରଥମେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଅଦାଲତ ବର୍ଜନ କରାଯାଇଥିଲା। ଗତ ୧୪ ତାରିଖରେ ହାଇକୋର୍ଟଙ୍କ ସମସ୍ତ ଖଣ୍ଡପୀଠଙ୍କ ଅଦାଲତକୁ ଆଇନଜୀବୀ ବର୍ଜନ କରିଥିଲେ। ପରେ ଏହି ଆନ୍ଦୋଳନରେ ରାଜ୍ୟର ସମସ୍ତ ବାର୍‌ ଆସୋସିଏଶନ ସାମିଲ ହୋଇଥିଲେ। ଏ ନେଇ ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜେନେରାଲ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଏଥିରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ୬୮ଟି ବାର୍‌ ଆସୋସିଏଶନକୁ ପକ୍ଷଭୁକ୍ତ କରିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବା ସହ ଆନ୍ଦୋଳନରତ ଆଇନଜୀବୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସମେତ ଅଦାଲତ ଅବମାନନା ମାମଲାରେ ପକ୍ଷଭୁକ୍ତ ସମସ୍ତ ୬୮ଟି ବାର୍‌ ଆସୋସିଏଶନକୁ ତୁରନ୍ତ ଆନ୍ଦୋଳନରୁ ଓହରିଯିବା ପାଇଁ ଗତ ୨୬ତାରିଖରେ ବିସିଆଇ ପକ୍ଷରୁ କୁହାଯାଇଛି। ନଚେତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏହାସତ୍ତ୍ବେ ଆନ୍ଦୋଳନ ଚାଲିବ ବୋଲି ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri