Posted inଜାତୀୟ

ଜମ୍ମୁ-କଶ୍ମୀରରେ ୫ ଶ୍ରମିକଙ୍କୁ ହତ୍ୟା ଘଟଣା: ନିନ୍ଦା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୩୦।୧୦: ମଙ୍ଗଳବାର ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ ୫ ଜଣ ଶ୍ରମିକଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏମାନେ ସମସ୍ତେ ପଶ୍ଚିମବଙ୍ଗର ମୁର୍ଶିଦାବାଦରୁ କଶ୍ମୀର ଯାଇ ପଥର କାରିଗର କାମ କରୁଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଘଟଣାକୁ ନିନ୍ଦା କରିଛନ୍ତି। ଏଭଳି ପରିସ୍ଥିତି ଆମେ ସମସ୍ତେ ମୃତ ପରିବାରଙ୍କ ସହ ଅଛୁ ବୋଲି ସେ କହିଛନ୍ତି। ଜମ୍ମୁ ପୋଲିସର ସୂଚନା ଅନୁଯାୟୀ କୁଲଗାମ ଜିଲାର କୁତ୍ରୁସା ଗାଁରେ ଏହି ଅଣ କଶ୍ମୀରୀ ଶ୍ରମିକମାନେ କାମ କରୁଥିଲେ। ଆତଙ୍କବାଦୀ ମାନେ ଏହି ଗାଁକୁ ଆସି ପ୍ରଥମେ ଗୁଳି ବର୍ଷଣ କରିଥିଲେ। ଏହାପରେ ଅଣ କଶ୍ମୀରୀ ଶ୍ରମିକଙ୍କୁ ଅପହରଣ କରି ନେଇ ହତ୍ୟା କରିଥିଲେ। ମୃତ ଶ୍ରମିକମାନେ ମାସେ ତଳେ ରୋଜଗାର ଆଶାରେ କଶ୍ମୀରକୁ କାମ କରିବାକୁ ଆସିଥିଲେ। ନିକଟରେ ମୃତ ଶ୍ରମିକମାନେ ତାଙ୍କ ଗାଁରେ ଧାନ ରୋଇ ଆସିଥିଲେ। ଧାନ ପାଚିବାକୁ ୩ ମାସ ସମୟ ଲାଗିବ। ଏହି ସମୟରେ ମଜୁରୀ ଲାଗି କିଛି ଟଙ୍କା ରୋଜଗାର କରିବା ଲକ୍ଷ୍ୟରେ ଆସିଥିଲେ ସେମାନେ। ସୂଚନାଯୋଗ୍ୟ, ନଭେମ୍ବର ୧ରୁ ଜମ୍ମୁ କଶ୍ମୀର ରାଜ୍ୟ ମାନ୍ୟତା ହରାଇ କେନ୍ଦ୍ର ଶାସିତ ଅଞ୍ଚଳର ମାନ୍ୟତା ପାଇବ। ଏହି ସମୟରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହିଥିବା ଜଣାପଡ଼ିଛି। ଏ ନେଇ ହାଇଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri