Posted inରାଜ୍ୟ

ବାଉଁଶ ଉପକରଣର ସ୍ଥାନ ନେଉଛି ପ୍ଲାଷ୍ଟିକ୍‌: ବୃତ୍ତି ହରାଇବେ ବାଉଁଶ କାରିଗର

ଗଣିଆ,୨୬ା୫(ଡି.ଏନ.ଏ.)- ପରିବର୍ତ୍ତନ ସହ ତାଳଦେଇ ଉଭୟ ଗ୍ରାମ ଓ ସହରାଞ୍ଚଳରେ ଦିନକୁ ଦିନ ବାଉଁଶ ତିଆରି ଉପକରଣର ଚାହିଦା କମିବାରେ ଲାଗିଛି। ବଜାରରେ ବାଉଁଶ ଉପକରଣ ବଦଳରେ ଆଲୁମିନିୟମ, ଷ୍ଟିଲ, ପ୍ଲାଷ୍ଟିକ ଓ ପଲିଥିନ୍‌ ତିଆରି ସାମଗ୍ରୀ ସ୍ଥାନ ନେଉଥିବା ଦେଖାଯାଉଛି। ଫଳରେ କେତେକ ସମ୍ପ୍ରଦାୟ କୌଳିକ ତଥା ପରମ୍ପରାଗତ ବୃତ୍ତିରୁ ଦୂରେଇଯାଇ ଅନ୍ୟ ବୃତ୍ତି ଆପଣେଇ ନେଉଛନ୍ତି। ଆଉ କେତେକ ପରମ୍ପରାଗତ ବୃତ୍ତିକୁ ଛାଡି ନ ପାରି ଦୁର୍ଦ୍ଦିନରେ କାଳ କାଟୁଛନ୍ତି। ଅନ୍ୟପକ୍ଷେ ଗ୍ରାମ ନିକଟ ଜଙ୍ଗଲଗୁଡିକରେ ବାଉଁଶ ଅଭାବ ଓ ବଜାର ଚାହିଦା କମିବା ଯୋଗୁ ଏହି କାରିଗରମାନଙ୍କ ଜୀବନଜୀବିକା ଦୁର୍ବିଷହ ହେବାକୁ ବସିଲାଣି। ଗଣିଆ ବ୍ଲକ ଅନ୍ତର୍ଗତ ଛାମୁଣ୍ଡିଆ, ଛାଡମୂଳ, ଗଣିଆ, କୃଷ୍ଣପଲ୍ଲୀ ଗ୍ରାମର ଅନୁସୂଚିତ ଜାତିର ଲୋକଙ୍କ ପାଇଁ ଏହି ବୃତ୍ତି ବଞ୍ଚାଇରଖିବା ଏବେ ମୁଖ୍ୟ ସମସ୍ୟା ହୋଇଛି। ଛାମୁଣ୍ଡିଆଠାରେ ଏହି ସମ୍ପ୍ରଦାୟର ୩୨ ପରିବାରର ପ୍ରାୟ ୧୭୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ପୁରୁଷାନୁକ୍ରମେ ଏମାନେ ବାଉଁଶରେ ଟୋକେଇ, ପାଛିଆ, ଝୁଡି, କୁଲା, ଝାମ୍ପି, ଫୁଲଚାଙ୍ଗୁଡି, ଝାଡୁ, ଖଡିକା, ପାନଝୁଡି, ଭୋଗେଇ, ଡାଲା, ଗଉଣି ଆଦି ଗୃହ ଉପକରଣ ତିଆରି କରିଆସୁଛନ୍ତି। ମହିଳା ଓ ପୁରୁଷମାନେ ଏହି ସାମଗ୍ରୀ ପ୍ରସ୍ତୁତ କରିଥାନ୍ତି। ପରେ ଏହାକୁ ପୁରୁଷମାନେ ନିକଟସ୍ଥ ହାଟବଜାରକୁ ନେଇ ବିକ୍ରି କରିଥାନ୍ତି। କଞ୍ଚାମାଲ ସଂଗ୍ରହ, ସାମଗ୍ରୀ ପ୍ରସ୍ତୁତି ଓ ଜିନିଷ ବିକ୍ରି ପରିଶ୍ରମ ତୁଳନାରେ ସେମାନେ ଉପଯୁକ୍ତ ମୂଲ୍ୟ ପାଇ ନ ଥାନ୍ତି। ବଜାରରେ ପଲିଥିନ, ପ୍ଲାଷ୍ଟିକ ଓ ଷ୍ଟିଲ ତିଆରି ସାମଗ୍ରୀର ବହୁଳ ପ୍ରଚଳନ ଯୋଗୁ ସେମାନଙ୍କର ବୃତ୍ତି କ୍ଷତିଗ୍ରସ୍ତ ହୋଇଛି ା ଅନ୍ୟପକ୍ଷରେ ସ୍ଥାନୀୟ ଅଞ୍ଚଳରେ ଥିବା ଜଙ୍ଗଲଗୁଡିକରେ ପୂର୍ବଭଳି ପ୍ରଚୁର ପରିମାଣରେ ବାଉଁଶ ଗଛ ଆଉ ଦେଖିବାକୁ ମିଳୁନି ା ଫଳରେ ବିଭିନ୍ନ ଗ୍ରାମବାସୀ ପାଳି କରି ଜଙ୍ଗଲ ଜଗୁଥିବାରୁ ଅଧିକାଂଶ ସମୟରେ କାରିଗରମାନେ ଅଞ୍ଚଳ ବାହାରୁ ସ୍ବଳ୍ପ ପରିମାଣର ବାଉଁଶକୁ ଅଧିକ ଦାମ୍‌ ଦେଇ କିଣୁଛନ୍ତି। ସାମଗ୍ରୀ ତିଆରି ପରେ ମଧ୍ୟ ତାହାକୁ ଅଧିକ ଦରରେ ବିକ୍ରି କରିବା ସମ୍ଭବ ହେଉନାହିଁ। ସ୍ବଳ୍ପ ରୋଜଗାରରେ ଆଜିକାଲିର ବ୍ୟୟବହୁଳ ସମାଜରେ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡୁଛି ବୋଲି କୁହନ୍ତି ବାଣୀ ନାୟକ ନାମ୍ନୀ ଜଣେ ବାଉଁଶ କାରିଗର ା ଅନ୍ୟ ଜଣେ କାରିଗର ରମେଶ ନାୟକ କୁହନ୍ତି, ପୂର୍ବରୁ ଓଡିଆ ପରମ୍ପରାରେ ବିବାହ ତଥା ଅନ୍ୟ ପୂଜା ପାର୍ବଣରେ ଆମେ ତିଆରି କରୁଥିବା ବାଉଁଶ ସାମଗ୍ରୀର ବହୁତ ଚାହିଦା ରହୁଥିଲା। ନୂଆ ବୋହୂଟିଏ ତା’ ଶାଶୁଘରକୁ ଯିବା ସମୟରେ ବାପଘର ତରଫରୁ ଅନ୍ୟ ଜିନିଷ ସହିତ ବାଉଁଶ ତିଆରି ବିଭିନ୍ନ ସାମଗ୍ରୀ ଦିଆଯାଉଥିଲା ା ଏବେ କିନ୍ତୁ ଏସବୁ ଖୁବ୍‌ କମ୍‌ ସ୍ଥାନରେ ଦେଖିବାକୁ ମିଳୁଛି ା ତେବେ ସରକାରଙ୍କ ତରଫରୁ ନୂତନ ବାଉଁଶ ଜଙ୍ଗଲ ସୃଷ୍ଟି ପାଇଁ ବାଉଁଶଚାରା, ଆର୍ଥିକ ସହାୟତା ପ୍ରଦାନ ସହ କୁଟୀର ଶିଳ୍ପ କରାଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଗଲେ ବୁଡିଯାଉଥିବା ଏହି ବୃତ୍ତିକୁ ବଞ୍ଚାଇ ବହୁ ବାଉଁଶ କାରିଗରଙ୍କ ପରିବାର ଉପକୃତ ହୋଇପାରନ୍ତେ ବୋଲି ସାଧାରଣରେ ମତପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri