Posted inଖେଳ

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ: ଫାଇନାଲରେ ଶିବ, ପୂଜା

ଟୋକିଓ,୩୦।୧୦(ପି.ଟି.)- ପୂର୍ବତନ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକଧାରୀ ଶିବ ଥପ୍ପା (୬୩ କେଜି) ଓ ପୂଜାରାଣୀ (୭୫ କେଜି) ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ବକ୍ସିଂ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଆଉ ଦୁଇ ବକ୍ସରଙ୍କୁ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ୪ ଥର ଏସିଆନ୍‌ ପଦକଧାରୀ ଶିବ କଡ଼ା ସଂଘର୍ଷପୂର୍ଣ୍ଣ ସେମିଫାଇନାଲରେ ଜାପାନର ଦାଇସୁକେ ନାରିମାତ୍‌ସୁଙ୍କୁ ହରାଇ ଦେଇଛନ୍ତି। ପୂର୍ବତନ ଏସିଆନ କ୍ରୀଡ଼ା ବ୍ରୋଞ୍ଜ ପଦକ ବିଜେତା ରାଣୀ ବ୍ରାଜିଲର ବେଟରିଜ ସୋଆରେସ୍‌ଙ୍କୁ ଏକତରଫା ବାଉଟ୍‌ରେ ଧୂଳି ଚଟାଇଛନ୍ତି। ରାଣୀ ଚଳିତ ବର୍ଷ ଏସିଆନ୍‌ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିଲେ। ପୂର୍ବତନ ଜୁନିୟର ବିଶ୍ୱ ଚାମ୍ପିୟନ ନିଖାତ ଜରିନ (୫୧ କେଜି) ଓ ବାଲିମ୍‌ପୁଆ (୭୫ କେଜି) ଯଥାକ୍ରମେ ନିଜ ନିଜ ସେମିଫାଇନାଲରେ ପରାଜୟ ବରଣ କରିଛନ୍ତି। ଏହି ଦୁଇ ବର୍ଗରେ ଖୁବ୍‌ କମ୍‌ ସଂଖ୍ୟାରେ ବକ୍ସର ଭାଗନେଇଥିବାରୁ ଉଭୟ ବକ୍ସର ବିନା କୌଣସି ମ୍ୟାଚ୍‌ରେ ସେମିଫାଇନାଲରେ ପ୍ରବେଶ କରିଥିଲେ। ଜରିନଙ୍କୁ ଜାପାନର ସାନା କାଓ୍ବାନୋ ହରାଇଥିଲାବେଳେ ବାଲିମ୍‌ପୁଆ ଘରୋଇ ଫେଭରାଇଟ୍‌ ୟୁଇତୋ ମୋରଓ୍ବାକିଙ୍କଠାରୁ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri