ଅନୁଗୋଳ ଏନ୍‌କ୍ଲେଭର ଶିଳାନ୍ୟାସ: ୨ ପର୍ଯ୍ୟାୟରେ ନିର୍ମାଣ ହେବ ୬୧୩ ଘର

ଅନୁଗୋଳ ଅଫିସ, ୩୧ା୧୦ – ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡ ପକ୍ଷରୁ ଅନୁଗୋଳ ଏନ୍‌କ୍ଲେଭର ଶିଳାନ୍ୟାସ କରାଯାଇଛି। ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ ପଛ ପାର୍ଶ୍ୱରେ ଏହି ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ମୁଖ୍ୟଅତିଥି, ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଉଦ୍‌ଘାଟକ ଭାବେ ଯୋଗଦେଇଥିଲେ।
ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ବିଭିନ୍ନ ରାଷ୍ଟ୍ରାୟତ୍ତ ସଂସ୍ଥା ଦ୍ୱାରା ବିସ୍ଥାପିତ ହେଉଥିବା ପରିବାର ଏହି ପ୍ରକଳ୍ପ ଦ୍ୱାରା ବିଶେଷ ଉପକୃତ ହେବେ ବୋଲି ମନ୍ତ୍ରୀ ଜେନା ପ୍ରକାଶ କରିଥିଲେ। ଅନୁଗୋଳ ବ୍ୟତୀତ ଅନ୍ୟ ଜିଲାରେ ମଧ୍ୟ ଏହିଭଳି ପ୍ରକଳ୍ପ ଖୁବ୍‌ ଶୀଘ୍ର ଆରମ୍ଭ ହେବ। ଅନୁଗୋଳରେ ପ୍ରଥମ ପର୍ଯ୍ୟାୟରେ ୩୩୧ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୮୨ ଘର ନିର୍ମାଣ ହେବ। ୨୮୨ଟି ଘର ମଧ୍ୟରୁ ୧୨୬ କେବଳ ଅର୍ଥନୈତିକ କ୍ଷେତ୍ରରେ ଦୁର୍ବଳ ଶ୍ରେଣୀର ପରିବାର ପାଇଁ ଉଦ୍ଦିଷ୍ଟ ରହିବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ମୁଖ୍ୟଅତିଥି ବିଧାୟକ ସିଂହ କହିଥିଲେ, ଦୀର୍ଘ ୧୫ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ୨୦୦୪ରେ ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡ ପକ୍ଷରୁ ଅଟ୍ଟାଳିକା ନିର୍ମାଣ ନିମନ୍ତେ ପରିକଳ୍ପନା କରାଯାଇଥିଲା। ଶେଷରେ ଏହି କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ପଡ଼ିଛି। ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ସହର ଉପକଣ୍ଠରେ ହେଉଥିବା ଏହି ଆପାର୍ଟମେଣ୍ଟରେ ଅନେକ ପରିବାର ରହିବା ଦ୍ୱାରା ସେଠାରେ ଏକ ଉତ୍ତମ ଭାଇଚାରା ଓ ସଂସ୍କୃତି ଗଢ଼ି ଉଠିବ ବୋଲି କହିଥିଲେ। ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ମୀନକେତନ ଅମାନ୍ତ ଓ ଢେଙ୍କାନାଳ ଏମ୍‌ପିଙ୍କ ପ୍ରତିନିଧି ସୁନୀଲ କୁମାର ପ୍ରଧାନ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡ କମିଶନର ତଥା ସଚିବ ଗଙ୍ଗାଧର ପାତ୍ର ପ୍ରକଳ୍ପର ରୂପରେଖ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟ ଯନ୍ତ୍ରୀ ମଦନ ମୋହନ ବିଶ୍ୱାଳ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri