ବିଦ୍ୟାଳୟରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ରକ୍ତହୀନତାର ଶିକାର ୪୫

ବନ୍ତଳା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ୧୨ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣା ପରେ ବୁଧବାର ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଟିମ୍‌ ସ୍କୁଲକୁ ଯାଇ ପିଲାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି। ବିଦ୍ୟାଳୟର ପ୍ରାୟ ୪୫ ଛାତ୍ରୀଛାତ୍ର ରକ୍ତହୀନତାର ଶିକାର ହୋଇଥିବାବେଳେ ଅଧିକାଂଶଙ୍କ ଓଜନ ସେମାନଙ୍କ ବୟସ ତଥା ଓଜନ ଅନୁସାରେ କମ୍‌ ଥିବା ଡାକ୍ତରୀ ଟିମ୍‌ ଜାଣିବାକୁ ପାଇଛି। ସେହିପରି ୫ ଜଣଙ୍କ ଦାନ୍ତଜନିତ ସମସ୍ୟା ଥିବାବେଳେ ୩ ଜଣ ନିଶା ସେବନ କରୁଥିବା ଏବଂ ଆଉ ୩ ଜଣ ସିକିଲ ସେଲ୍‌ ରୋଗରେ ପୀଡିତ ଥିବା ଜଣାପଡିଛି। ଡାକ୍ତର ବୀରେନ ସାହୁ, ଡାକ୍ତର ରାଜଶ୍ରୀ ପାଢ଼ୀ, ଫାର୍ମାସିଷ୍ଟ ଛବିନ୍ଦ୍ର ସାମଲ, ଏଏନଏମ ବିଦ୍ୟୁତଲତା ସାହୁ ପ୍ରମୁଖ ଏହି ଟିମ୍‌ରେ ଆସି ପିଲାମାନଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରି ଔଷଧ ଦେଇଛନ୍ତି। ମୋଟ ୫୯ ଜଣ ପିଲା ଏହି ସମୟରେ ଉପସ୍ଥିତ ଥିଲେ। ସ୍ବାସ୍ଥ୍ୟ ପରୀକ୍ଷା ପରେ ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନ କରିଥିଲେ। ତେବେ ସ୍ବାସ୍ଥ୍ୟ ଟିମ୍‌ ସେଠାରୁ ଫେରିବା ପରେ ଆଉ ୪ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri