ସପ୍ତମ ଶ୍ରେଣୀ ଭୂଗୋଳ ପ୍ରଶ୍ନପତ୍ର ଲିକ୍‌ ଘଟଣା: ଲିକ୍‌ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଗୋପ, ୩୧।୧୦(ଡି.ଏନ୍‌.ଏ.)-ଗୋପ ଶିକ୍ଷାବିଭାଗ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ଏ ସମ୍ପର୍କରେ ଶିକ୍ଷାବିଭାଗ ଅଧିକାରୀମାନେ ନିରବ ରହିବା ଘଟଣା ଅଭିଭାବକଙ୍କ ମହଲରେ ଅସନ୍ତୋଷ ସୃଷ୍ଟି କରିବା ସହ ଶିକ୍ଷା ବିଭାଗ ଉପରୁ ବିଶ୍ୱାସ ତୁଟିବାରେ ଲାଗିଛି। ଶୁକ୍ରବାର ଭୂଗୋଳ ପରୀକ୍ଷା ଥିବାବେଳେ ଛାତ୍ରୀଛାତ୍ରମାନେ ଲିକ୍‌ ପ୍ରଶ୍ନପତ୍ରରେ ପରୀକ୍ଷା ଦେବା ପ୍ରାୟ ନିଶ୍ଚିତ ହୋଇପଡ଼ିଛି।
ପ୍ରକାଶ ଯେ, ଚଳିତ ବର୍ଷ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକକ ପରୀକ୍ଷା କରିବା ଲାଗି ନିର୍ଦ୍ଦେଶାନାମା ଜାରି କରାଯାଇଥିଲା। ନିର୍ଦ୍ଦେଶ ମୁତାବକ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇ ଶିକ୍ଷା ବିଭାଗକୁ ପଠାଯାଇଥିବାବେଳେ ଏହି ପ୍ରଶ୍ନପତ୍ର ଗୋପ ଶିକ୍ଷା ବିଭାଗ ଅଞ୍ଚଳରେ ଲିକ୍‌ ହେବା ସହ ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ପରେ କେତେକ ଗଣମାଧ୍ୟମ ପ୍ରତିନିଧି ଏ ସମ୍ପର୍କରେ ବ୍ଲକ୍‌ ଶିକ୍ଷାଧିକାରୀ ବସନ୍ତ କୁମାର ମିଶ୍ରଙ୍କୁ ଯୋଗାଯୋଗ କରିବାରେ ସେ ସାମାନ୍ୟ ପରୀକ୍ଷା କହି ଏପରି ଏହି ଘଟଣାକୁ ଏଡ଼ାଇବା ସହ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ମାତ୍ର ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନହେବା ଶିକ୍ଷା ବିଭାଗର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଖୋଦ୍‌ ଗଣଶିକ୍ଷା ମନ୍ତ୍ରୀଙ୍କ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ଅଭିଭାବକମହଲରେ ନିନ୍ଦା କରାଯାଇଛି। ଅପରପକ୍ଷରେ ଗୋପ ବ୍ଲକ୍‌ରେ ଆବଶ୍ୟକତା ଅନୁଯାୟୀ ପ୍ରଶ୍ନପତ୍ର ପହଞ୍ଚତ୍ ନ ଥିବାରୁ ଛାତ୍ରୀଛାତ୍ରମାନେ ଜେରକ୍ସ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେବୋଲି କୁହାଯାଉଛି। ଏ ସମ୍ପର୍କରେ ମଣ୍ଡଳ ଶିକ୍ଷାଧିକାରୀ ମିଶ୍ରଙ୍କୁ ପଚାରିବାରେ ଏକକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହେବା କଥା ଗଣମାଧ୍ୟମରୁ ଜାଣିଲି। ଏନେଇ ତଦନ୍ତ କରୁଛି ବୋଲି କହିବା ସହ ଆବଶ୍ୟକୀୟ ପ୍ରଶ୍ନପତ୍ର ଆସି ନ ଥିବାରୁ ଶିକ୍ଷା ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ କଥା ହୋଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri