ବୈଶିଙ୍ଗା,୧ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଏକ ହାଇସ୍କୁଲର ଜନୈକା ଦଶମଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଥାନାରେ ଏକ ମାମଲା(ନଂ. ୨୪୪/୧୯) ରୁଜୁ ହୋଇଛି। ମାଜିଷ୍ଟ୍ରେଟଙ୍କ ନିକଟରେ ଛାତ୍ରୀଙ୍କ ବୟାନ ରେକର୍ଡ କରାଯାଇଛି। ଘଟଣା ଜଣାପଡ଼ିବା ପରେ ଗୁରୁବାର ଶତାଧିକ ଜନସାଧାରଣ ବିଦ୍ୟାଳୟ ଗେଟ୍ ସମ୍ମୁଖରେ ରୁଣ୍ଡହୋଇ ପାଟିତୁଣ୍ଡ କରିଥିଲେ। ବୈଶିଙ୍ଗା ପୋଲିସ ଏକ ସେକ୍ସନ ପୋଲିସ ଫୋର୍ସ ନେଇ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲା। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରି ଗ୍ରାମବାସୀ ଧାରଣାରେ ବସିଥିବା ଜଣାପଡ଼ିଛି।
ପୋଲିସ ସୂଚନା ଅନୁଯାୟୀ, ବିଦ୍ୟାଳୟ ଗୃହର ଉପରତାଲାରେ ଥିବା ହଷ୍ଟେଲରେ ପ୍ରାୟ ଶହେ ଜଣ ଛାତ୍ରୀ ରୁହନ୍ତି। ବିଦ୍ୟାଳୟ ସଂଲଗ୍ନ ବାସଗୃହରେ ପ୍ରଧାନଶିକ୍ଷୟିତ୍ରୀ ତାଙ୍କର ପରିବାର ନେଇ ରହିଥାନ୍ତି। ଗତ ୨୯ ତାରିଖ ସନ୍ଧ୍ୟାରେ ପ୍ରଧାନଶିକ୍ଷୟିତ୍ରୀଙ୍କ ସ୍ବାମୀ ପୀଡ଼ିତା ଛାତ୍ରୀଙ୍କୁ ଉପରତାଲା ଛାତ ଉପରକୁ ଡାକିନେଇ ଥିଲେ। ସେ ମନ୍ଦିରରୁ ଅରୁଆ ଚାଉଳ ଓ ଚନ୍ଦନ ଆଣିଛନ୍ତି। ଏହାକୁ ଦେହରେ ବୋଳି ହେଲେ ମାଟ୍ରିକ୍ ପରୀକ୍ଷାରେ ପ୍ରଥମ ଶ୍ରେଣୀରେ ଉର୍ତ୍ତୀଣ୍ଣ ହେବୁ କହି ଛାତ୍ରୀଙ୍କ ଦେହରେ ବୋଳି ଅସଦାଚରଣ କରିଥିଲେ। ଛାତ୍ରୀ ଜଣଙ୍କ ଚିତ୍କାର କରିବାରୁ ସେ ତାଙ୍କୁ ଜୀବନରୁ ମାରିଦେବାର ଧମକ ଦେଇଥିଲେ। ପ୍ରଧାନଶିକ୍ଷୟିତ୍ରୀଙ୍କ ସ୍ବାମୀ ଫେରାର ହୋଇଯାଇଥିବା ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ପଲେଇ କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…
ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...
ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ
ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...
ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…
କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...
‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...
Archives


